ସେନା ଡାକ୍ତରଖାନାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ହେଲା ମୋତିଆବିନ୍ଦୁ ଅସ୍ତ୍ରୋପଚାର

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ହେଲା ମୋତିଆବିନ୍ଦୁ ଅସ୍ତ୍ରୋପଚାର। ଆଜି ନୂଆଦିଲ୍ଲୀର ସେନା ଡାକ୍ତରଖାନାରେ ରାଷ୍ଟ୍ରପତିଙ୍କର  ମୋତିଆବିନ୍ଦୁ ଅସ୍ତ୍ରୋପଚାର କରାଯାଇଥିବା ଜଣାପଡ଼ିଛି।

ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି ଯେ, “ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ଆଜି ସକାଳେ ନୂଆଦିଲ୍ଲୀର ସେନା ଡାକ୍ତରଖାନା (ରେଫରାଲ ଆଣ୍ଡ ରିସର୍ଚ୍ଚ) ରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର କରାଯାଇଛି। ଅସ୍ତ୍ରୋପଚାର ସଫଳ ହୋଇଛି ଏବଂ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ”

ଉଲ୍ଲେଖଯୋଗ୍ୟ, ଛାତିରେ ଯନ୍ତ୍ରଣା ଅନୁଭବ ହେବା ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମାର୍ଚ୍ଚ ମାସରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଆସିବା ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଡାକ୍ତରୀ ପର୍ଯ୍ୟବେକ୍ଷଣରେ ରଖାଯିବା ସହ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଥିଲା।

ତେବେ ତାଙ୍କର ମୋତିଆବିନ୍ଦୁ ଅସ୍ତ୍ରୋପଚାର ପରେ ଏବେ ସେ ସୁସ୍ଥ ଥିବା ରାଷ୍ଟ୍ରପତି ଭବନ ପକ୍ଷରୁ କୁହାଯାଇଛି। ଆଉ କିଛି ଦିନ ତାଙ୍କୁ ଡାକ୍ତରୀ ପର୍ଯ୍ୟବେକ୍ଷଣ ରଖାଯିବା ସହ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ଜଣାପଡ଼ିଛି।

ସମ୍ବନ୍ଧିତ ଖବର