ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି: ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିବେ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ଆସିବେ । ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଆଜି ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ । ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦ୍‌ଯାପନୀ ସମାରୋହ। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ଅଛି...

ଅଦ୍ୟତନ ହୋଇଛି
President to come to Odisha today

President to come to Odisha today

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ। ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଆଜି ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ ।

ରାଷ୍ଟ୍ରପତି ଅପରାହ୍ନ ୩.୦୦ ଟାରେ ଗୁଆହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ବାହାରି ଅପରାହ୍ଣ ୪ ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତା କାଲି ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି । ଗୁରୁବାର ଆନୁଷ୍ଠାନିକ ଭାବରେ ପ୍ରବାସୀ ଭାରତୀୟ ଦିବସ ୨୦୨୫ ଉଦ୍‌ଘାଟିତ ହୋଇଯାଇଛି । ସମ୍ମିଳନିର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଉଦ୍‌ଘାଟନ କରିଛନ୍ତି ।

ଅଧିକ ପଢ଼ନ୍ତୁ: ଭବିଷ୍ୟତ ଯୁଦ୍ଧରେ ନୁହେଁ, ବୁଦ୍ଧରେ ଅଛି: ବିଶ୍ବଶାନ୍ତି ପାଇଁ ମୋଦୀଙ୍କ ଅପିଲ୍

ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦ୍‌ଯାପନୀ ସମାରୋହ। ଏଥିରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ଅଛି। ରାଷ୍ଟ୍ରପତି ପ୍ରବାସୀ ଭାରତୀୟଙ୍କୁ ପ୍ରବାସୀ ଭାରତୀୟ ସମ୍ମାନରେ ସମ୍ମାନିତ କରିବେ।

ଅଧିକ ପଢ଼ନ୍ତୁ: ଦେଶର କଳା,ସଂସ୍କୃତି,ପରମ୍ପରାର ପ୍ରସାର ବିଶ୍ଵ ଦରବାରରେ କରିବା ପାଇଁ ଶପଥ ନେବା: ମୁଖ୍ୟମନ୍ତ୍ରୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe