ବୀଣାପାଣି ମହାନ୍ତିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

Advertisment

ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷକୃତ୍ୟ

ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷକୃତ୍ୟ

ବୀଣାପାଣି ମହାନ୍ତିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ/ଭୁବନେଶ୍ବର: ଯଶସ୍ବୀ ସାରସ୍ୱତ ସାଧିକା ବୀଣାପାଣି ମହାନ୍ତିଙ୍କ ବିୟୋଗରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ସାହିତ୍ୟ ଜଗତ ପାଇଁ ବୀଣାପାଣିଙ୍କ ଅନେକ ଅବଦାନ ରହିଛି। ତାଙ୍କର ବହୁ କବିତା ଓ ଗଳ୍ପକୁ ବିଭିନ୍ନ ଭାଷାରେ ଅନୁବାଦ କରାଯାଇଛି, ଯାହାକି ତାଙ୍କୁ ଲୋକପ୍ରିୟ କରାଇପାରିଛି। ଏଭଳି ପ୍ରତିଭାଙ୍କ ବିୟୋଗରେ ସେ ଦୁଃଖ ପ୍ରକାଶ କରିବା ସହିତ ତାଙ୍କ ପରିବାରକୁ ସମବେଦନା ଜଣାଇଥିବା ପ୍ରଧାନମନ୍ତ୍ରୀ ଟ୍ବିଟ ଜରିଆରେ ଜଣାଇଛନ୍ତି। ସେହିପରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରି କହିଛନ୍ତି ଯେ, ବୀଣାପାଣିଙ୍କ ବିୟୋଗରେ ଓଡ଼ିଶା ଜଣେ ଉଚ୍ଚକୋଟୀର ସାହିତ୍ୟିକାଙ୍କୁ ହରାଇଲା। ସେ ଜଣେ ପ୍ରଖ୍ୟାତ କଥାଶିଳ୍ପୀ ଥିଲେ। ନିଜର ଉତ୍କୃଷ୍ଟ ଗଳ୍ପ ଓଉପନ୍ୟାସ ପାଇଁ ସେ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ି ଜଗନ୍ନାଥ ଦାସ, ସାହିତ୍ୟ ଏକାଡେମୀ ଏବଂ ସାରଳା ସମ୍ମାନରେ ସମ୍ମାନିତ ହୋଇଛନ୍ତି। ତାଙ୍କର ଅନେକ ଗଳ୍ପ ଆଞ୍ଚଳିକ ଭାଷାରେ ଅନୁଦିତ ହୋଇଛି।

ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଦିମନ୍ତ କରିବାରେ ତାଙ୍କର ଅବଦାନ ଚିରସ୍ମରଣୀୟ। ଏହି ପରିପ୍ରେକ୍ଷୀରେ ତାଙ୍କର ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ବୋଲି କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ବିଟ କରି ଜଣାଛନ୍ତି। ବିଶିଷ୍ଟ ଲେଖିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି l ଓଡ଼ିଆ ସାହିତ୍ୟକୁ ସେ ବହୁ ଭାବରେ ସମୃଦ୍ଧ କରିଛନ୍ତି ଏବଂ ତାଙ୍କର ସୃଷ୍ଟି ମାଧ୍ୟମରେ ସେ ଚିର ସ୍ମରଣୀୟ ରହିବେ ବୋଲି କହିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ସେହିପରି ବୀଣାପାଣି ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ଶୋକବର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ସ୍ବର୍ଗତ ବୀଣାପାଣି ମହାନ୍ତି ତାଙ୍କ ଗଳ୍ପ ଓ ଉପନ୍ୟାସରେ ନାରୀ ଜୀବନର ସଂଘର୍ଷକୁ ସଫଳତାର ସହ ଉପସ୍ଥାପନା କରିଯାଇଛନ୍ତି। ତାଙ୍କର କାଳଜୟୀ ରଚନା ନାରୀ ସଶକ୍ତିକରଣ ପାଇଁ ସବୁବେଳେ ପ୍ରେରଣା ଯୋଗାଇ ଚାଲିବ। ବୀଣାପାଣି ମହାନ୍ତିଙ୍କ ବିୟୋଗ ଓଡ଼ିଆ ସାରସ୍ୱତ ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି। ସ୍ବର୍ଗତ ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe