ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, ଓଡ଼ିଶାର ପ୍ରଗତି ପାଇଁ ଶ୍ରୀ ବିଷ୍ଣୁଚରଣ ସେଠୀଙ୍କ ଅବଦାନ ଅତୁଳନୀୟ। ଜଣେ କଠିନ ପରିଶ୍ରମୀ ବିଧାୟକ ଭାବରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ସାମାଜିକ ସଶକ୍ତିକରଣ ପାଇଁ ତାଙ୍କ ଯୋଗଦାନ ପ୍ରଶଂସାଯୋଗ୍ୟ। ତାଙ୍କ ବିୟୋଗରେ ଦୁଃଖିତ। ତାଙ୍କ ପରିବାର ଏବଂ ସମର୍ଥକମାନଙ୍କୁ ସମବେଦନା । ଓଁ ଶାନ୍ତି

ବରିଷ୍ଠ ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତାଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ବିଧାୟକ ଵିଷ୍ଣୁ ଚରଣ ସେଠୀଙ୍କ ପରଲୋକରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଗଭୀର ଶୋକ ପ୍ରକାଶ କରିଛନ୍ତି l ତାଙ୍କୁ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଭାବରେ ବର୍ଣ୍ଣନା କରି ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ରାଜ୍ୟପାଳ।
ଠିକ୍ ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବି ଗଭୀର ଲୋକ ବ୍ୟକ୍ତ କରିଛନ୍ତି। ସେ ନିଜ ଟୁଇଟରରେ ଲେଖିଛନ୍ତି, ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

ସମ୍ବନ୍ଧିତ ଖବର