ରାଜ୍ୟ ପରିବେଶ ମନ୍ତ୍ରୀ ସମ୍ମିଳନୀ: ୨୩ରେ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

Advertisment
ଅଯୋଧ୍ୟା ଦୀପୋତ୍ସବରେ ଯୋଗ ଦେବେ ମୋଦୀ

Business Today

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ପରିବେଶ ମନ୍ତ୍ରୀମାନଙ୍କ ଜାତୀୟ ସମ୍ମିଳନୀକୁ ଆସନ୍ତା ୨୩ ତାରିଖ ପୂର୍ବାହ୍ଣ ସାଢେ ଦଶଟାରେ ଗୁଜରାଟର ଏକତାନଗରଠାରେ ଆଭାସୀ ମାଧ୍ୟମରେ ଉଦ୍‌ଘାଟନ କରିବେ। ଏହି ଅବସରରେ ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍‌ବୋଧନ ଦେବେ।

ସଂଘୀୟ ସହଯୋଗ ବ୍ୟବସ୍ଥାକୁ ଆଗେଇ ନେବା ତଥା କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ପରିବେଶ ନୀତି ନିର୍ଦ୍ଧାରଣ କ୍ଷେତ୍ରରେ ସୁସମନ୍ୱୟ ରକ୍ଷା ଉଦ୍ଦେଶ୍ୟରେ ଏହି ସମ୍ମିଳନୀ ଡକାଯାଇଛି। ନୀତିଗୁଡିକ ମଧ୍ୟରେ ପ୍ଲାଷ୍ଟିକ୍ ପ୍ରଦୂଷଣ ନିରାକରଣ, ପରିବେଶ ପାଇଁ ଜୀବନଶୈଳୀ ଉପରେ ଗୁରୁତ୍ୱ ଦେଇ ଜଳବାୟୁ ପରିବର୍ତ୍ତନ ସମସ୍ୟାର ମୁକାବିଲା ନିମନ୍ତେ ରାଜ୍ୟର କାର୍ଯ୍ୟାନ୍ୱୟନ ଯୋଜନା ଇତ୍ୟାଦି ଅନ୍ତର୍ଭୁକ୍ତ। ଅନୁର୍ବର ଜମିର ପୁନରୁଦ୍ଧାର ଓ ବନ୍ୟପ୍ରାଣୀ ସଂରକ୍ଷଣ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଇ ଜଙ୍ଗଲ ସୀମା ବୃଦ୍ଧି ନେଇ ମଧ୍ୟ ସମ୍ମିଳନୀରେ ଗୁରୁତ୍ୱ ଆରୋପ କରାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe