୪୯ରେ ପଦାର୍ପଣ କଲେ ରାହୁଲ

Advertisment

ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ, ରାଜନାଥ

ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ, ରାଜନାଥ

୪୯ରେ ପଦାର୍ପଣ କଲେ ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଜି ୪୯ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ରାହୁଲଙ୍କ ୪୯ ତମ ଜନ୍ମଦିନ ଅବସରରେ ଆଜି ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଅନ୍ୟ ବରିଷ୍ଠ ନେତାମାନଙ୍କ ସହ କଂଗ୍ରେସ କର୍ମୀମାନେ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ମୋଦୀ ଆଜି ଏକ ଟ୍ବିଟ୍‌ ମାଧ୍ୟମରେ ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ଏବଂ ଦୀର୍ଘାୟୁ କାମନା କରିଛନ୍ତି। ରାହୁଲ ମୋଦୀଙ୍କ ଶୁଭେଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରାଜନାଥ ମଧ୍ୟ ଆଜି ଟ୍ବିଟ୍‌ କରି ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ବସପା ସୁପ୍ରିମୋମାୟାବତୀ, ପୂର୍ବତନ କେରଳ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡି ମଧ୍ୟ ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଆଜି କଂଗ୍ରେସ କର୍ମୀମାନେ ରାହୁଲଙ୍କ ବାସଭବନ ବାହାରେ ଯଜ୍ଞ କରିଥିବା ଦେଖିବାକୁ ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe