ସଂସଦ ସଦସ୍ୟତା ହରାଇଲେ ରାହୁଲ ଗାନ୍ଧୀ, ବିଜ୍ଞପ୍ତି ଜାରି କଲା ଲୋକସଭା ସଚିବାଳୟ

Advertisment
ସଂସଦ ସଦସ୍ୟତା ହରାଇଲେ ରାହୁଲ ଗାନ୍ଧୀ, ବିଜ୍ଞପ୍ତି ଜାରି କଲା ଲୋକସଭା ସଚିବାଳୟ

ନୂଆଦିଲ୍ଲୀ:  ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳକୁ ଲାଗିଛି ବଡ଼ ଝଟ୍‌କା। ଲୋକସଭା ସଦସ୍ୟତାରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି କଂଗ୍ରେସ ଦଳର ପୂର୍ବତନ ସଭାପତି। ରାହୁଲ ଗାନ୍ଧୀ ୨୦୧୯ ମସିହାର ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲଦଣ୍ଡରେ ଦଣ୍ଡିତହେବା ଯୋଗୁ  ଲୋକସଭା ସଦସ୍ୟତା ହରାଇଛନ୍ତି ବୋଲି ଲୋକସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଜନପ୍ରତିନିଧି ଆଇନର ଧାରା ୧୦୨ (୧) (ଉ)ରେ ଥିବା ବ୍ୟବସ୍ଥା ଅନୁଯାୟୀ ରାହୁଲ ଗାନ୍ଧୀ ୨୩ ମାର୍ଚ୍ଚ ଠାରୁ ଆଉ ଲୋକସଭା ସଦସ୍ୟ ରହିପାରିବେ ନାହିଁ।

କେରଳର ୱାୟାନାଡ ସଂସଦୀୟ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ଲୋକସଭା ସଦସ୍ୟ ରାହୁଲ ଗାନ୍ଧୀ ଗତକାଲି ଦୋଷୀ ସାବ୍ୟସ୍ତ ହେବା ପରେ ଆଜି ଲୋକସଭା ସଚିବାଳୟ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି।

publive-image

ତେବେ ଏହି ବିଜ୍ଞପ୍ତି ଉପରେ ନିଜ ମତ ରଖି କଂଗ୍ରେସର ବରିଷ୍ଠ ନେତା ମନୀଷ ତିୱାରୀ ବୟାନ ଦେଇ କହିଛନ୍ତି, ‘ଲୋକସଭା ସଚିବାଳୟ ଜଣେ ସାଂସଦଙ୍କୁ ଅଯୋଗ୍ୟ ଘୋଷଣା କରିପାରିବ ନାହିଁ। ଏଥିପାଇଁ ରାଷ୍ଟ୍ରପତି  ନିର୍ବାଚନ ଆୟୋଗଙ୍କ ପରାମର୍ଶ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବେ।’

ଉଲ୍ଲେଖଯୋଗ୍ୟ, ଗୁଜରାଟ ସୁରତ ସହରର ଏକ ଅଦାଲତ ଗୁରୁବାର କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ‘ମୋଦୀ’ ସାଙ୍ଗିଆ ଉପରେ କଟୁ ମନ୍ତବ୍ୟ ଦେବା ପାଇଁ ତାଙ୍କ ବିରୋଧରେ ଦାୟର ହୋଇଥିବା ଅପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ କରିଥିଲେ। ଏଥିସହ ୨ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଅବଶ୍ୟ ଏହାପରେ ରାହୁଲଙ୍କୁ ୩୦ ଦିନ ଜାମିନ ପ୍ରଦାନ କରାଯାଇଛି।  ଏହି ସମୟ ମଧ୍ୟରେ ସେ ଏହି ରାୟ ବିରୋଧରେ ଉପର କୋର୍ଟରେ ଆବେଦନ କରିପାରିବେ।

‘ସବୁ ଚୋରଙ୍କ ପାଖରେ ମୋଦୀ ସାଙ୍ଗିଆ କେମିତି ଅଛି’? ରାହୁଲ ଗାନ୍ଧୀ ଏକ ନିର୍ବାଚନୀ ସଭାରେ ଏପରି କହିବା ପରେ ବିଜେପି ବିଧାୟକ ତଥା ଗୁଜରାଟର ପୂର୍ବତନ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଗାନ୍ଧୀଙ୍କ ମନ୍ତବ୍ୟ ପାଇଁ ତାଙ୍କ ବିରୋଧରେ ଏକ ମାନହାନି ମାମଲା ଆଗତ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe