ନୂଆଦିଲ୍ଲୀ: ଓଡ଼ିଶାର ବାଲେଶ୍ବର ଜଲ୍ଲା ବାହାନଗା ନିକଟରେ ସାଲିମାର – ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ ସହିତ ବିପରୀତ ଦିଗରୁ ଆସୁଥିବା ବାଙ୍ଗାଲୋର – ହାୱାଡା ଏକ୍ସପ୍ରେସ ମୁହାଁମୁହିଁ ଧକ୍କାରୁ ଭୟଙ୍କର ଦୁର୍ଘଟଣା ଘଟିଛି। ଉକ୍ତ ଘଟଣା ପରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଟୁଇଟ କରି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତାହତଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତମାନଙ୍କ ଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଗୁରୁତର ଆହତଙ୍କୁ ୨ ଲକ୍ଷ ଏବଂ ସାମାନ୍ୟ ଆହାତ ହୋଇଥିବା ଲୋକଙ୍କୁ ୫୦,୦୦୦ ଟଙ୍କା କ୍ଷତି ପୂରଣ ଦିଆଯିବ ବୋଲି ଘୋଷଣା କରାଯାଇଛି ।
Ex-gratia compensation to the victims of this unfortunate train accident in Odisha;
₹10 Lakh in case of death,
₹2 Lakh towards grievous and ₹50,000 for minor injuries.— Ashwini Vaishnaw (@AshwiniVaishnaw) June 2, 2023
ସେ କହିଛନ୍ତି ଯେ, ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆବଶ୍ୟକ ପଡିଲେ ବାୟୁସେନାକୁ ବି ନିୟୋଜିତ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।
Rushing to the site in Odisha. My prayers for the speedy recovery of the injured and condolences to the bereaved families.
Rescue teams mobilised from Bhubaneswar and Kolkata. NDRF, State govt. teams and Airforce also mobilised.
Will take all hands required for the rescue ops.— Ashwini Vaishnaw (@AshwiniVaishnaw) June 2, 2023