ଓଡ଼ିଶା ସମେତ ୧୧ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା, ସତର୍କତା ଜାରିକଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦେଶର ୧୧ଟି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏସବୁ ରାଜ୍ୟମାନେ ହେଲେ ଓଡ଼ିଶା, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଗୁଜୁରାଟ, କେରଳ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ କର୍ଣ୍ଣାଟକ । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି ।

ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରୁ ଆସନ୍ତା ୧୨-୨୩ ବେଳକୁ ଦକ୍ଷିଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼ ଓ ଉତ୍ତର-ଉପକୂଳ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଝାଡ଼ଖଣ୍ଡ ଉପରେସୃଷ୍ଟ ସାଇକ୍ଲୋନିକ ସର୍କୁଲେସନ ଆସନ୍ତ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ପୂର୍ବଭାରତର କେତେକ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ମହାରାଷ୍ଟ୍ରରେ ବିଗତ କିଛି ଦିନ ହେଲା ଲଗାଣ ବର୍ଷା ଜାରି ରହିଛି । ଏହା ଫଳରେ ରାଜ୍ୟରେ ଜନଜୀବନ ପ୍ରଭାବିତ ହୋଇଛି । କିନ୍ତୁ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ବର୍ଷା ଦାଉରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ କହିଛି । ଅନ୍ୟପକ୍ଷରେ ୮ ଓ ୯ ଜୁଲାଇରେ ଉତ୍ତରାଖଣ୍ଡ ଓ ହିମାଚଳପ୍ରଦେଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ସମ୍ବନ୍ଧିତ ଖବର