ଅକ୍ଟୋବର ୨ପର୍ଯ୍ୟନ୍ତ ରାଜ୍ୟର ୧୨ଟି ଜିଲ୍ଲା ପାଇଁ ‌ୟେଲୋ ୱାର୍ଣ୍ଣିଂ ଜାରି

ଅକ୍ଟୋବର ୨ପର୍ଯ୍ୟନ୍ତ ରାଜ୍ୟର ୧୨ଟି ଜିଲ୍ଲା ପାଇଁ ‌ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଝାଡ଼ଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳ ଉପରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତର ଝାଡଖଣ୍ଡ ଏବଂ ବିହାର ଉପରେ ରହିଛି। ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬କିଲୋମିଟର ପର୍ଯ୍ୟନ୍ତ ବିସ୍ତାର ହୋଇଛି। ଏହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ, ଉତ୍ତର ଉପକୂଳ ଓଡିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହୋଇଥିବା ବେଳେ ମୟୂରଭଞ୍ଜ, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି।

publive-image www.indiatoday.in

ଆଗକୁ ଅକ୍ଟୋବର ୨ପର୍ଯ୍ୟନ୍ତ ରାଜ୍ୟର ୧୨ଟି ଜିଲ୍ଲା ପାଇଁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ଜିଲ୍ଲାରେ ରହିଛନ୍ତି ନୁଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ, ସମ୍ବଲପୁର, ଝରସୁଗୁଡା, ଦେଓଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଏବଂ ଅନୁଗୁଳ। ଏହି ୧୨ଟି ଜିଲ୍ଲା‌ରେ ଅକ୍ଟୋବର ୨ପର୍ଯ୍ୟନ୍ତ ଗୋଟେ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨ପରେ ଅକ୍ଟୋବର ୫ପର୍ଯ୍ୟନ୍ତ ପାଗ ସୁଖିଲା ରହିବ ବୋଲି ଭାରତୀୟ ପାଣିପାଗ ବିଷୟରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe