ଦଶହରା ପର୍ଯ୍ୟନ୍ତ ଲାଗି ରହିବ ବର୍ଷା, ହଳଦିଆ ସତର୍କତା ଜାରି

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଲାଗି ରହିଛି । ଗତ କିଛି ଦିନ ହେଲା ବର୍ଷା ପରିମାଣ ହ୍ରାସ ପାଇଛି । କିନ୍ତୁ ଆଗକୁ ବର୍ଷା ପରିମାଣ ବଢିବାର ସମ୍ଭାବନା ରହିଛି । ଏପରିକି ଦଶହରା ବେଳକୁ ମଧ୍ୟ ବର୍ଷା ହୋଇ ପୂଜାର ଉତ୍ସାହ ଫିକା କରିବାର ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ମଧ୍ୟାହ୍ନ ବୁଲେଟିନ ଅନୁସାରେ ଚଳିତ ମାସ ଶେଷ ଅର୍ଥାତ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ।  ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି ।

ହଳଦିଆ ସତର୍କତା ଜାରି କରାଯାଇଥିବା ଜିଲ୍ଲା ମଧ୍ୟରେ ଅଛନ୍ତି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ,ବୌଦ୍ଧ ।

କେତେକ ଜିଲ୍ଲା ଯେପରିକି କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ ଓ ଗଜପତି ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି ।

କେବଳ ଏତିକି ନୁହେଁ, ସେପ୍ଟେମ୍ବର ୩୦ ପରେ ବର୍ଷା ପରିମାଣ ଆହୁରି ବଢିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି । ଏହା ଯୋଗୁଁ ପାର୍ବଣର ଉତ୍ସାହକୁ ମାନ୍ଦା କରିବାର ସମ୍ଭାବନା ରହିଛି ।

ସମ୍ବନ୍ଧିତ ଖବର