ଦିଲ୍ଲୀ ବୈଠକରେ ଯୋଗଦେଲେ ଓଡ଼ିଶା କଂଗ୍ରେସ ନେତା

ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ

ନୂଆଦିଲ୍ଲୀ : ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ ଉପଲକ୍ଷେ ଦିଲ୍ଲୀରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ଶହେରୁ ଊର୍ଦ୍ଧ୍ବ କଂଗ୍ରେସ ନେତା ଯୋଗ ଦେଇଛନ୍ତି। ଆଜି ସନ୍ଧ୍ୟାରେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇ‌ନଡୋର ଷ୍ଟାଡିୟମ୍‌ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜୀବ ଗାନ୍ଧୀଙ୍କ ସ୍ମୃତିଚାରଣ କରାଯିବା ସହ ରାଷ୍ଟ୍ରଗଠ‌ନରେ ଥିବା ତାଙ୍କର ବଳିଷ୍ଠ ଅବଦାନ ସମ୍ପର୍କରେ ଆଲୋକପାତ କରାଯାଇଥିଲା। କଂଗ୍ରେସ ଅଧ୍ୟକ୍ଷା‌ ସୋନିଆ ଗାନ୍ଧୀ ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇଥିଲେ। ଏଥିସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ସମେତ ବହୁ ବରିଷ୍ଠ ନେତାମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ସମ୍ବୋଧନ କରିଥିଲେ। ଏହି ଅବସରରେ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ନେତୃତ୍ବରେ କଂଗ୍ରେସର ବିଧାୟକ, ସାଂସଦ ,ଡିସିସି ସଭାପତି କଥା କଂଗ୍ରେସ କର୍ମୀମାନେ ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର