ନୂଆଦିଲ୍ଲୀ: ପୁଣି ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ମହଙ୍ଗା ହେବନି ଋଣ, ବଢ଼ିବନି ଇଏମଆଇ। ୬.୫ ପ୍ରତିଶତରେ ସ୍ଥିର ରହିଛି ରେପୋ ରେଟ୍। ଦଶମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି। ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏହି ସୂଚନା ଦେଇଛନ୍ତି।

Advertisment

ଆର୍ଥିକ ନୀତି କମିଟି ୭-୯ ତାରିଖ ମଧ୍ୟରେ ଏକ ୩ ଦିନିଆ ବୈଠକ ଆ‌ୟୋଜନ କରିଥିଲା। ଆଜି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ସାମ୍ବ‌ାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

ତେବେ ଶେଷ ଥର ପାଇଁ ରିଜର୍ଭ ବ୍ୟାଙ୍କ ୨୦୨୩ ମସିହା ଫେବ୍ରୁଆରୀ ୮ ତାରିଖରେ ରେପୋ ରେଟରେ ପରିବର୍ତ୍ତନ କରିଥିଲା । ସେତେବେଳେ ଏହା ୬.୨୫ ପ୍ରତିଶତରୁ ବୃଦ୍ଧି ପାଇ ୬.୫୦ ପ୍ରତିଶତ ହେଇଥିଲା । ସେବେଠୁ ଗତ ୬ଟି ମନିଟରି ପଲିସି କମିଟି ମିଟିଂରେ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି । ତେବେ ଏଥର ମଧ୍ୟ ମିଟିଂ ଆରମ୍ଭ ହେବା ପୂର୍ବରୁ ରେପୋ ରେଟ୍ ଅପରିବର୍ତ୍ତିତ ରହିବା ନେଇ ପୂର୍ବାନୁମାନ କରାଯାଉଥିଲା । ଆଉ ଅନୁମାନ ମୁତାବକ ମଧ୍ୟ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି ।