ନୂଆଦିଲ୍ଲୀ: ଆଜିଠୁ ଦିଲ୍ଲୀରେ ରେଖା ସରକାର । ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ କ୍ଷମତାକୁ ଫେରିଲା ବିଜେପି। ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରାମଲୀଳା ପଡ଼ିଆରେ ଶପଥ ଗ୍ରହଣ କରିଛନ୍ତି ରେଖା ଗୁପ୍ତା। ୫୦ ବର୍ଷୀୟ ରେଖା ନିଜ ପ୍ରତିଦ୍ବନ୍ଦ୍ବୀ ବନ୍ଦନା କୁମାରୀଙ୍କୁ ୨୯ ହଜାର ଭୋଟ୍ରେ ହରାଇ ସାଲିମାର୍ ବାଗ୍ ଆସନ ହାତେଇଥିଲେ।
ସୁଷମା ସ୍ବରାଜ, ସିଲା ଦୀକ୍ଷିତ ଓ ଅତିଶୀଙ୍କ ପରେ ୪ର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେଖା। ରେଖାଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅମିତ ଶାହ, ଜେପି ନଡ୍ଡାଙ୍କ ସମେତ ବିଜେପିର ବହୁ ବରିଷ୍ଠ ନେତାମାନେ ଉପସ୍ଥିତ ରହିଥିଲେ।
ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ୬ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ପ୍ରବେଶ ବର୍ମା, ଆଶୀଷ ସୁଦ, ସରଦାର ମଞ୍ଜିଦର ସିଂ ସିରସା, ରବିନ୍ଦ୍ର ସିଂ, କପିଲ ମିଶ୍ରା ଓ ପଙ୍କଜ କୁମାର ସିଂ ମନ୍ତ୍ରୀ ଭାରେ ରେଖା ଗୁପ୍ତାଙ୍କ ସହ ଶପଥ ଗ୍ରହଣ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2025/02/20/ujzhXWIViC7OI3lwxFmN.jpg)