୫୩ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବର ପ୍ରସ୍ତୁତି ସମୀକ୍ଷା

ନୂଆଦିଲ୍ଲୀ : କେନ୍ଦ୍ର ସୂଚନା ଓ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଏଲ୍. ମୁରୁଗାନ ସୋମବାର ୫୩ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍‌ଏଫ୍‌ଆଇ)ର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଗୋଆର ପାନାଜି ସ୍ଥିତ ମହୋତ୍ସବ ଆୟୋଜନ ସ୍ଥଳ ପରିଦର୍ଶନ କରିଥିଲେ ଏବଂ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଥିବା ସ୍ଥାନରେ ପ୍ରସ୍ତୁତି ଅନୁଧ୍ୟାନ କରିଥିଲେ। ଏସବୁ ସ୍ଥାନକୁ ଯଥାଶୀଘ୍ର ସମ୍ଭବ ପ୍ରସ୍ତୁତ କରିବା ଲାଗି ସେ ପରାମର୍ଶ ଦେଇଥିଲେ। ସୂଚନା ଏବଂ ପ୍ରସାରଣ ସଚିବ ଅପୂର୍ବ ଚନ୍ଦ୍ର, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ପଶ୍ଚିମ ପ୍ରାନ୍ତ ମହାନିର୍ଦ୍ଦେଶକ ମଣିଦୀପା ମୁଖାର୍ଜୀ, ଜାତୀୟ ଚଳଚ୍ଚିତ୍ର ବିକାଶ ନିଗମର ପରିଚାଳନା ନିର୍ଦ୍ଦେଶକ ରବୀନ୍ଦ୍ର ଭାସ୍କର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର