ବ୍ରିଟେନର ପ୍ରଧାନମନ୍ତ୍ରୀ ପଦ ପାଇଁ ନିଜର ପ୍ରାର୍ଥୀତ୍ବ ଘୋଷଣା କଲେ ଋଷି ସୁନକ୍

ଲଣ୍ଡନ : ବ୍ରିଟେନର ପ୍ରଧାନମନ୍ତ୍ରୀ ପଦ ପାଇଁ ନିଜର ପ୍ରାର୍ଥିତ୍ବ ଘୋଷଣା କଲେ ଭାରତୀୟ ବଂଶୋଦ୍ଭବ ଋଷି ସୁନକ । କିଛି ଦିନ ତଳେ ସେ ବ୍ରିଟିସ କୋଷାଗାରର ଚ୍ୟାନସେଲର ପଦବୀରୁ ଇସ୍ତଫା ଦେଇଥିଲେ ।

ଏକ ଟୁଇଟ କରି ଋଷି ଏ ସଂପର୍କରେ ଘୋଷଣା କରିଛନ୍ତି । ଏହି ଟୁଇଟରେ ସେ ଲେଖିଛନ୍ତି “କନଜରଭେଟିଭ ଦଳର ପରବର୍ତ୍ତୀ ନେତା ଓ ବ୍ରିଟେନରେ ପ୍ରଧାନମନ୍ତ୍ରୀ ପଦ ପାଇଁ ମୁଁ ଛିଡ଼ା ହେଉଛି । ଆସନ୍ତୁ ପୁଣି ଭରସା ଗଢିବା, ଅର୍ଥନୀତିକୁ ଛିଡ଼ା କରିବା ଓ ଦେଶକୁ ଏକାଠି କରିବା । “

ଋଷି ସୁନକଙ୍କ ପିତାମାତା ପଞ୍ଜାବର ମୂଳ ବାସିନ୍ଦା, ପରେ ସେମାନେ ବ୍ରିଟେନରେ ବସବାସ କରିଥିଲେ । ଋଷିଙ୍କ ମା ଜଣେ ଫାର୍ମାସିଷ୍ଟ ଥିଲେ, ସେ ରାଷ୍ଟ୍ରୀୟ ସ୍ଵାସ୍ଥ୍ୟ ସେବା (ଏନଏଚଏସ) ରେ କାମ କରନ୍ତି। ତାଙ୍କ ବାପା ଅକ୍ସଫୋର୍ଡ୍ ଓ ଷ୍ଟାନଫୋର୍ଡ୍ ବିଶ୍ଵବିଦ୍ୟାଳୟରୁ ସ୍ନାତକ କରିଛନ୍ତି । ଋଷିଙ୍କ ଆଉ ଏକ ପରିଚୟ ହେଉଛି ସେ ଇନଫୋସିସ ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତିଙ୍କ ଜାମାତା ।

 

ଋଷିଙ୍କ ଜନ୍ମ ବ୍ରିଟେନର ହାମ୍ପସାୟାରରେ ହୋଇଥିଲ। ଋଷି ଆମେରିକାର ଷ୍ଟାନଫୋର୍ଡ୍ ବିଶ୍ଵବିଦ୍ୟାଳୟରୁ ଏମବିଏ କରିଛନ୍ତି। ସେ ଅକ୍ସଫୋର୍ଡ୍ ବିଶ୍ଵବିଦ୍ୟାଳୟରୁ ରାଜନୀତି, ଦର୍ଶନ ଓ ଅର୍ଥଶାସ୍ତ୍ର ପଢିଛନ୍ତି । ରାଜନୀତିକୁ ଆସିବା ପୂର୍ବରୁ ସେ ଇନଭେଷ୍ଟମେଣ୍ଟ ବ୍ୟାଙ୍କ୍ ଗୋଲ୍ଡମ୍ୟାନ୍ ସେସ୍ ଓ ହେଜ୍ ଫଣ୍ଡରେ କାମ କରିଛନ୍ତି। ଏହାପରେ ସେ ଇନଭେଷ୍ଟମେଣ୍ଟ ଫାର୍ମର ପ୍ରତିଷ୍ଠା କରିଥିଲେ ।

 

ସମ୍ବନ୍ଧିତ ଖବର