ପ୍ରୟାଗରାଜ: ପ୍ରୟାଗରାଜରେ ପ୍ରବଳ ଗହଳି । ମହାକୁମ୍ଭରେ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ଯିବା ପାଇଁ ସବୁ ରାସ୍ତାରେ ଭାରି ଜାମ । ୨୦୦-୩୦୦ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ଗାଡି । ବିଭିନ୍ନ ଆଡୁ ପ୍ରୟାଗରାଜକୁ ସଂଯୋଗ କରୁଥିବା ସବୁ ରାସ୍ତାରେ ପ୍ରବଳ ଗହଳି । ଦୀର୍ଘ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ଗାଡ଼ି । ଭିଡ଼କୁ ଦୃଷ୍ଟିରେ ରଖି ସଙ୍ଗମ ଷ୍ଟେସନକୁ ୫ ଦିନ ପାଇଁ ବନ୍ଦ କରିଦିଆଯାଇଛି । ଷ୍ଟେସନରେ ପାଦ ରଖିବାକୁ ବି ଜାଗା ନାହିଁ ।
ମହାକୁମ୍ଭ ମେଳାରେ ବୁଡ଼ ପକାଇବେ ରାଷ୍ଟ୍ରପତି । ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁ ଆଜି ପ୍ରୟାଗରାଜ ଗସ୍ତ କରିବେ । କୁମ୍ଭମେଳାରେ ପୂଜା କରିବା ସହ ସଙ୍ଗମ ସ୍ଥଳରେ ବୁଡ଼ ପକାଇବେ ରାଷ୍ଟ୍ରପତି । ସେ ମେଳାରେ ପ୍ରାୟ ୮ ଘଣ୍ଟା ବିତାଇବେ । ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଉତ୍ତରପ୍ରଦେଶ ମୁ୍ଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିବେ । ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ପରେପ୍ରଥମ ଥର ପାଇଁ ଦ୍ରୌପଦୀ ମୁର୍ମୁ କୁମ୍ଭମେଳାରେ ବୁଡ ପକାଇବେ । ରାଷ୍ଟ୍ରପତି ଗସ୍ତ ସମୟରେ ସନାତନ ଧର୍ମର ପ୍ରତୀକ ଅକ୍ଷୟବଟ ଗଛ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ପାଖରେ ଥିବା ବଡ ହନୁମାନ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି । ବିଶ୍ବର ସବୁଠୁ ବଡ଼ ଧାର୍ମିକ କାର୍ଯ୍ୟକ୍ରମ କୁହାଯାଉଥିବା କୁମ୍ଭମେଳାରେ ଏପର୍ୟ୍ୟନ୍ତ ୪୦ କୋଟିରୁ ଅଧିକ ଲୋକ ବୁଡ଼ ପକାଇସାରିଲେଣି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2025/02/10/2H7hhPwxyLQEFxN2TkQq.jpg)