SeekPNG
ନୂଆଦିଲ୍ଲୀ: ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, ୨୦୨୧ର ଭାଗ ୩ର ନିୟମ ୧୬ସଂକ୍ରାନ୍ତରେ କେତେକ ଭୁଲ ଧାରଣା ସୃଷ୍ଟି କରାଯାଇଛି। କୁହାଯାଉଛି ଯେ, ଜରୁରୀକାଳୀନ ସ୍ଥିତିରେ ଡିଜିଟାଲ ମିଡିଆରେ ପ୍ରସାରିତ କେତେକ କଣ୍ଟେଣ୍ଟ ଉପରେ ପ୍ରତିବନ୍ଧକ ଲାଗୁ କରିବା ନିମନ୍ତେ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟର ସଚିବ ନିର୍ଦ୍ଦେଶ ଜାରି କରିପାରିବେ।
ମାତ୍ର ଏଠାରେ ସ୍ପଷ୍ଟ କରି ଦିଆଯାଉଛି ଯେ ଏହା କୌଣସି ନୂଆ ବ୍ୟବସ୍ଥା ନୁହେଁ। ବିଗତ ୧୧ବର୍ଷ ଧରି ୨୦୦୯ ପରଠାରୁ, ସୂଚନା ପ୍ରଯୁକ୍ତି (ଜନସାଧାରଣଙ୍କୁ ମିଳୁଥିବା ସୂଚନା ଉପରେ ପ୍ରତିବନ୍ଧକ ଲଗାଇବା ଲାଗି ପ୍ରକ୍ରିୟା ଓ ସୁରକ୍ଷା ବ୍ୟବସ୍ଥା) ନିୟମାବଳୀ, ୨୦୦୯ ଅନ୍ତର୍ଗତ ଏହି ବ୍ୟବସ୍ଥାକୁ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରାଳୟର ସଚିବ କାର୍ଯ୍ୟକାରୀ କରି ଆସୁଥିଲେ।
 Exchange4media
 Exchange4mediaଫେବ୍ରୁଆରି ୨୫, ୨୦୨୧ରେ ଜାରି ହୋଇଥିବା ନିୟମାବଳୀ ଅନ୍ତର୍ଗତ କେବଳ ଏହି ବ୍ୟବସ୍ଥାକୁ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ସଚିବଙ୍କ କ୍ଷମତା ଅଧୀନକୁ ଅଣାଯାଇଛି। କାରଣ ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, ୨୦୨୧କୁ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ କାର୍ଯ୍ୟକାରୀ କରିବ।
ଏହା ପୁନଃ ସ୍ପଷ୍ଟ କରି ଦିଆଯାଉଛି ଯେ, ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, ୨୦୨୧ ଅନ୍ତର୍ଗତ କଣ୍ଟେଣ୍ଟ ବ୍ଲକ୍ କରିବା ଲାଗି ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ କିମ୍ବା କୌଣସି ନୂଆ ବ୍ୟବସ୍ଥା ମଧ୍ୟ କରାଯାଇନାହିଁ।
/sambad/media/agency_attachments/2024-07-24t043029592z-sambad-original.webp) 
   Follow Us
 Follow Us/sambad/media/post_attachments/wp-content/uploads/2021/02/ସ-108.jpg)