ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର। ସେ କିଛି ସମୟ ପୂର୍ବରୁ ଭୁବନେଶ୍ବରରେ ପହଞ୍ଚିଛନ୍ତି। କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ବିମାନବନ୍ଦରରେ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି। ଆଜି ଦିନ ୧୨ଟା ବେଳେ ଏସ୍ ଜୟଶଙ୍କରଙ୍କର ବିଭିନ୍ନ ସମ୍ବାଦପତ୍ରର ସଂପାଦକମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ପରେ ବୁଦ୍ଧିଜୀବୀଙ୍କ ସହ ସମ୍ମିଳନୀ କରିବା ସହ ରାଜଧାନୀରେ ଏକ ସାମ୍ବାଦିକ ସମ୍ମିଳନୀ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।
ଏସ୍ ଜୟଶଙ୍କର ଭୁବନେଶ୍ୱର, କଟକ ଓ ସମ୍ବଲପୁରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ସହ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ଗୁରୁମନ୍ତ୍ର ଦେବେ। ଆସନ୍ତାକାଲି ସେ କଟକ ଓ ସମ୍ବଲପୁରରେ ବିଜେପି ନେତା ଓ କର୍ମୀମାନଙ୍କୁ ଗୁରୁମନ୍ତ୍ର ଦେବେ।
Sambad is now on WhatsApp
Join and get latest news updates delivered to you via WhatsApp
ଏଣେ ଆସନ୍ତକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଭୁବନେଶ୍ୱରରେ ଦଳର ନିର୍ବାଚନ ସଂକ୍ରାନ୍ତୀୟ ଆଲୋଚନା କରିବେ। ଏହାପରେ କଟକରେ ଦଳୀୟ ନେତାମାନଙ୍କ ସହ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା କରିବେ। ତେଣେ ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶାରେ ପ୍ରଥମ ନିର୍ବାଚନୀ କାର୍ଯ୍ୟକ୍ରମ ହେବାକୁ ଯାଉଛି। ଏହି ଗସ୍ତ ବେଳେ ପ୍ରଧାନମନ୍ତ୍ରୀ ମୋଦୀ ବ୍ରହ୍ମପୁର ଓ ନବରଙ୍ଗପୁରରେ ସାଧାରଣ ସଭାରେ ଉଦବୋଧନ ଦେବେ।