Severe winter in Delhi: ଦିଲ୍ଲୀରେ ପ୍ରବଳ ଶୀତ: ୩.୨ ଡିଗ୍ରିକୁ ଖସିଲା ପାରଦ

Advertisment

ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଶୀତଲହରି ପ୍ରବାହିତ ହେଉଥିବାବେଳେ ଘନକୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଦିଲ୍ଲୀରେ ତାପମାତ୍ରା କମ୍‌ ରହିଥିବାବେଳେ ଦିଲ୍ଲୀ, ଏନ୍‌ସିଆର୍‌ ଓ ଉତ୍ତର ଭାରତ....

ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଶୀତଲହରି ପ୍ରବାହିତ ହେଉଥିବାବେଳେ ଘନକୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଦିଲ୍ଲୀରେ ତାପମାତ୍ରା କମ୍‌ ରହିଥିବାବେଳେ ଦିଲ୍ଲୀ, ଏନ୍‌ସିଆର୍‌ ଓ ଉତ୍ତର ଭାରତ....

fshfshhfsbxvbv

ନୂଆଦିଲ୍ଲୀ: ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଶୀତଲହରି ପ୍ରବାହିତ ହେଉଥିବାବେଳେ ଘନକୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଦିଲ୍ଲୀରେ ତାପମାତ୍ରା କମ୍‌ ରହିଥିବାବେଳେ ଦିଲ୍ଲୀ, ଏନ୍‌ସିଆର୍‌ ଓ ଉତ୍ତର ଭାରତ ପାଇଁ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଶୀତ ଲହରି ନେଇ ଚେତାବନୀ ଜାରି କରିଛି। ଆଇଏମ୍‌ଡି ବୁଲେଟିନ୍‌ ଅନୁଯାୟୀ, ସୋମବାର ଉତ୍ତର ପ୍ରଦେଶ, ଜମ୍ମୁ, ହରିୟାଣା, ଚଣ୍ଡିଗଡ଼, ଦିଲ୍ଲୀ ଓ ଉତ୍ତରାଖଣ୍ଡରେ ଶୀତ ଲହର ପ୍ରବାହିତ ହେବ। ରାଜସ୍ଥାନ, ବିହାର, ଆସାମ, ମେଘାଳୟ, ମିଜୋରାମ, ତ୍ରିପୁରା, ମଣିପୁର ଓ ନାଗାଲାଣ୍ଡର କେତେକ ସ୍ଥାନରେ ଘନକୁହୁଡ଼ି ସହିତ ଶୀତ ଲହରୀ ଅନୁଭୂତ ହେବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି।

ଜଳୁଛି ଇଟାଭାଟି, ଦୂଷିତ ହେଉଛି ପରିବେଶ: ପ୍ରଶାସନ ନୀରବ

ଦିଲ୍ଲୀ ଓ ଏନସିଆର୍‌ରେ ଜାନୁଆରି ୧୭ ପର୍ଯ୍ୟନ୍ତ ଘନକୁହୁଡ଼ି ଦୃଶ୍ୟମାନ ହେବ। ସୋମବାରର ଆଇଏମ୍‌ଡି ତଥ୍ୟ ଅନୁଯାୟୀ, ଦିଲ୍ଲୀର ସଫଦରଜଙ୍ଗରେ ସବୁଠୁ କମ୍‌ ୩.୨ ଡିଗ୍ରି ତାପମାତ୍ରା ରେକର୍ଡ଼ କରାଯାଇଥିଲା। ଆୟାନଗରଠାରେ ସବୁଠୁ କମ୍‌ ତାପମାତ୍ରା ରେକର୍ଡ଼ କରାଯାଇଥିଲା। ପାଲମରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରି ରହିଥିଲା। ସଫଦରଜଙ୍ଗରେ ୪ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରହିଥିଲା। ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆର୍ନ୍ତଜାତିକ ବିମାନବନ୍ଦରରେ କ୍ୟାଟ୍ ୩ କଟକଣା ଲାଗୁ କରାଯାଇଛି। ଘନକୁହୁଡ଼ି ଯୋଗୁ ଦୃଶ୍ୟମାନ ଦୂରତା କମି ଯାଇଥିବାରୁ ଏହି କଟକଣା ଲାଗୁ କରାଯାଇଛି। ବିମାନ ବନ୍ଦର ଅଞ୍ଚଳରେ ଘନକୁହୁଡ଼ି ଥିବାରୁ ସକାଳ ୮ଟାରେ ଜାରି ନୋଟିସରେ ଯାତ୍ରୀମାନଙ୍କୁ ସେମାନଙ୍କ ବିମାନ ସ୍ଥିତି ଯାଞ୍ଚ କରିବାକୁ କୁହାଯାଇଛି। 

GPLF Building: ୧୫କୋଟି ଜିପିଏଲଏଫ କୋଠା ନିର୍ମାଣ ଅଧାରୁ ବନ୍ଦ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe