କରୋନା ସଂକ୍ରମଣ ରୋକିବାକୁ ବଡ଼ ନିଷ୍ପତ୍ତି : ୧୦ ଜିଲ୍ଲାର ସହରାଞ୍ଚଳରେ ହେବ ଶନି-ରବି ସଟଡାଉନ

ଭୁବନେଶ୍ବର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ କଟକଣା ଲାଗୁ କରିଛନ୍ତି । ବି‌ଶେଷ କରି ପଡ଼ୋଶୀ ଛତିଶଗଡ ରାଜ୍ୟର ସୀମାନ୍ତବର୍ତ୍ତୀ ଜିଲ୍ଲାଗୁଡିକରେ କଟକଣାକୁ କଡାକଡି କରାଯାଇଛି । କରୋନାର ଦ୍ରୁତ ସଂକ୍ରମଣକୁ ରୋକିବାକୁ ୧୦ ସୀମାନ୍ତବର୍ତ୍ତୀ ଜିଲ୍ଲାର ସହରାଞ୍ଚଳକୁ ସଟଡାଉନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଝାରସୁଗୁଡା, ସୁନ୍ଦରଗଡ, ବରଗଡ, ସମ୍ବଲପୁର, ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ ରହିବ । ଅର୍ଥାତ ସପ୍ତାହର ଶେଷ ଦୁଇ ଦିନ ଶନି-ରବିବାର ଉକ୍ତ ୧୦ ଜିଲ୍ଲାର ସହରାଞ୍ଚଳ ସଟଡାଉନ ରହିବ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହି କଟକଣା ରହିବ ।  ତେବେ ଗ୍ରାମାଞ୍ଚଳରେ ପୂର୍ବଭଳି ନିୟମ ଲାଗୁ ରହିବ ।

ଏହାବାଦ୍ ଏହି ୧୦ ଜିଲ୍ଲା ସହରାଞ୍ଚଳରେ ନାଇଟ କର୍ଫ୍ୟୁର ସମୟ ସୀମାରେ ମଧ୍ୟ ପରିବର୍ତ୍ତନ କରାଯାଇଛି । ସନ୍ଧ୍ୟା ୬ଟାରୁ ସକାଳ ୫ଟା ଯାଏଁ ଏହି ନାଇଟକର୍ଫ୍ୟୁ ଲାଗୁ ରହିବ । ତେବେ ଏହି ସମୟରେ ଜରୁରୀକାଳୀନ ସେବା ଜାରି ରହିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ । ପଡୋଶୀ ଛତିଶଗଡରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବା ବେଳେ ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର ।

ସମ୍ବନ୍ଧିତ ଖବର