ଅସୁସ୍ଥ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ

Advertisment
କ୍ଷମତାର ଅପବ୍ୟବହାର କରୁଥିବା ବ୍ୟକ୍ତିମାନେ ପ୍ରକୃତ ଦେଶବିରୋଧୀ: ସୋନିଆ

Image Courtesy of NDTV

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଜୁନ୍‌ ୨ ତାରିଖରେ କରୋନା ପିଜିଟିଭ୍‌ ହେବା ପରେ ଏବେ ତାଙ୍କ ଅବସ୍ଥା ଜଟିଳ ହେବାରୁ ତାଙ୍କୁ ନୂଆଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଓ ତାଙ୍କ ସ୍ବାସ୍ଥାବସ୍ଥାର ନୀରିକ୍ଷଣ ପାଇଁ ତାଙ୍କୁ ଆଉ କିଛି ଦିନ ହସ୍ପିଟାଲ୍‌ରେ ରଖାଯିବ ବୋଲି ସୂଚନା ମିଳିଛି।

ସୋନିଆ ହସ୍ପିଟାଲ୍‌ରେ ଭର୍ତ୍ତି ହେବା ପରେ ଆଲ୍‌ ଇଣ୍ଡିଆ ମହିଳା କଂଗ୍ରେସ ପକ୍ଷରୁ ଟ୍ବିଟ୍‌ କରାଯାଇ ଲେଖାଯାଇଛି ଯେ ‘ଆମର ଆଦରଣୀୟ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଜୀଙ୍କ ଅତି ଶୀଘ୍ର ସୁସ୍ଥ ହେବା ନେଇ କାମନା କରୁଛୁ। ଲକ୍ଷ ଲକ୍ଷ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କର ଏହା ହିଁ ପ୍ରାର୍ଥନା।’

ଜୁନ୍‌ ୨ରେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହେବା ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏକାନ୍ତବାସରେ ଥିଲେ। ବରିଷ୍ଠ କଂଗ୍ରେସ ନେତା ତଥା ଦଳର ମୁଖପାତ୍ର ରଣଦୀପ ସିଂହ ସୂର୍ଯ୍ୟେୱାଲା ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍‌ଆଇ’କୁ କହିଥିଲେ କି, ‘କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କୋଭିଡ୍-୧୯ ପଜିଟିଭ୍‌ ବାହାରିଛନ୍ତି। ସାମାନ୍ୟ ଜ୍ବର ସହ ତାଙ୍କଠାରେ ଅନ୍ୟ କେତେକ ଲକ୍ଷଣ ଦେଖା ଦେଇଥିବାରୁ ସେ ଏକାନ୍ତବାସରେ ରହି ଆବଶ୍ୟକ ଡାକ୍ତରୀ ଚିକିତ୍ସା ଗ୍ରହଣ କରୁଛନ୍ତି।’

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe