ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କୁ ଭେଟିଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ

ନୂଆଦିଲ୍ଲୀ: ସଂପ୍ରତି ଚାରି ଦିନିଆ ଭାରତ ଗସ୍ତରେ ଆସିଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କୁ ଆଜି କଂଗ୍ରେସ୍‌ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଭେଟିଛନ୍ତି।

DNA India

ଆଲୋଚନା କାଳରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କ ସହ ଉଭୟ ଭାରତ ଓ ବାଂଲାଦେଶ ମଧ୍ୟରେ ରହିଥିବା ଦ୍ୱିପାକ୍ଷିକ ସଂପର୍କରେ ବ୍ୟାପକ ଆଲୋଚନା କରିବା ସହ ଆଗାମୀ ଦିନରେ ଏହାକୁ ସୁଦୃଢ଼ କରିବା ପାଇଁ ପରାମର୍ଶ ଦେଇଥିଲେ।

DNA India

ଏହି ଆଲୋଚନା କାଳରେ ସୋନିଆଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ବରିଷ୍ଠ କଂଗ୍ରେସ ନେତା ଆନନ୍ଦ ଶର୍ମା ଓ କଂଗ୍ରେସର ସାଧାରଣ ସଂପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉପସ୍ଥିତ ରହିବା ସହ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କ ସହ ହେଉଥିବା ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ସମ୍ବନ୍ଧିତ ଖବର