ଦିନକ ମଧ୍ୟରେ ରାଜ୍ୟରେ ପୁଣି ୧୧୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୧୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୭ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୭୬ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୨୦୬ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮୯୮ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ଜଣେ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧରୁ ଜଣେ, କଟକରୁ ୧୭ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ଜଣେ, ଜଗତ୍‌ସିଂହପୁରରୁ ୫ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୨ ଜଣ, ‌ଖୋର୍ଦ୍ଧାରୁ ୧୪ ଜଣ, କୋରାପୁଟ୍‌ରୁ ଜଣେ, ମୟୂରଭଞ୍ଜରୁ ୧୧ ଜଣ, ନୂଆପଡ଼ାରୁ ୪ ଜଣ, ରାୟଗଡ଼ାରୁ ଜଣ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର