ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ କଟକ ମେୟର ସୁବାସ ସିଂହ

ନୂଆଦିଲ୍ଲୀ: କଟକ ମେୟର ସୁବାସ ସିଂହ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଏହି ଅବସରରେ ସୁବାସ ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ମୁଁ ଗୋଟିଏ ପଦବିରେ ରହି କାମ କରିବି। କଟକର ମେୟର ଭାବରେ ରହି କାମ କରିବି। ରାଜ୍ୟସଭା ସାଂସଦ ପଦବିରେ ରହି ଗତ ଦୁଇବର୍ଷ ମଧ୍ୟରେ ଓଡ଼ିଶାର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରାଜ୍ୟସଭାରେ ଉପସ୍ଥାପନ କରିବାକୁ ଉଦ୍ୟମ କରିଛି। ଭାରତବର୍ଷରେ କିଭଳି ନଦୀ ଏବଂ ଜଙ୍ଗଲ ରକ୍ଷଣାବେକ୍ଷଣ ଅଭାବରୁ ନଷ୍ଟ ହେବାରେ ଲାଗିଛି ସେନେଇ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରାଜ୍ୟସଭାରେ ଉପସ୍ଥାପନ କରିଛି। ଯାହା ଏବେ ଆଇନଗତ ଦିଗକୁ ଯାଉଛି। ସେ ଗତ ୨୦୨୦ ମସିହା ଏପ୍ରିଲ ମାସରେ ରାଜ୍ୟସଭା ସାଂସଦ ଭାବେ ଦାୟିତ୍ୱ ନେଇଥିଲେ।
ସୂଚନାଯୋଗ୍ୟ, କଟକ ମହାନଗର ନିଗମ ମେୟର ନିର୍ବାଚନରେ ବିଜେଡି ପ୍ରାର୍ଥୀ ସୁବାସ ସିଂହ ୧, ୧୩, ୫୬୨ ଖଣ୍ଡ ଭୋଟ ପାଇ ନିର୍ବାଚିତ ହୋଇଥିଲେ। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ଗିରିବାଳା ବେହେରା ୬୮, ୩୫୬ ଖଣ୍ଡ ଭୋଟ ପାଇଥିଲେ। ସେହିପରି ବିଜେପି ପ୍ରାର୍ଥୀ ଶ୍ରୀତମ ଦାସଙ୍କୁ ୪୯,୨୨୩ ଖଣ୍ଡ ଭୋଟ ମିଳିଥିଲା।

ସମ୍ବନ୍ଧିତ ଖବର