ନୂଆଦିଲ୍ଲୀ: ଓଡ଼ିଶା ସରକାରଙ୍କୁ ଲୋକାୟୁକ୍ତ ନିଯୁକ୍ତି ପ୍ରକ୍ରିୟା ୨ ମାସ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମ୍କୋର୍ଟ। ମଙ୍ଗଳବାର ଲୋକାୟୁକ୍ତ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଥିଲା। ଏଥିରେ ସରକାର ଲୋକାୟୁକ୍ତ ଚୟନ ଲାଗି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି ବୋଲି ଦର୍ଶାଇଥିଲେ। ଏହାକୁ ଗ୍ରହଣ କରି ଜଷ୍ଟିସ୍ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ଓଡ଼ିଶା ସରକାରଙ୍କୁ ଲୋକାୟୁକ୍ତ ନିଯୁକ୍ତି ପ୍ରକ୍ରିୟା ୨ ମାସ ମଧ୍ୟରେ ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅଶ୍ୱିନୀ ଉପାଧ୍ୟାୟ ନାମକ ଜଣେ ବ୍ୟକ୍ତି ଦେଶର ବିଭିନ୍ନ ରାଜ୍ୟରେ ଲୋକାୟୁକ୍ତ ନିଯୁକ୍ତି ହୋଇ ନ ଥିବା ଦର୍ଶାଇ ଜନସ୍ୱାର୍ଥ ମାମଲା ଦାୟର କରିଥିଲେ। ଏହାର ବିଚାର କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ସୁପ୍ରିମ୍କୋର୍ଟ ନୋଟିସ୍ ଜାରି କରିଥିଲେ।
୨ ମାସ ମଧ୍ୟରେ ଲୋକାୟୁକ୍ତ ନିଯୁକ୍ତି ପ୍ରକ୍ରିୟା ଶେଷ କରିବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ
/sambad/media/post_attachments/wp-content/uploads/2018/07/dc-Cover-e594tcagukd668rh0h09fh3l41-20171210063903.Medi_.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)