ଇଡି ଓ ସିବିଆଇ ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ କେନ୍ଦ୍ରକୁ ସୁପ୍ରିମ୍‌କୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଓ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମୁଖ୍ୟଙ୍କ କାର୍ଯ୍ୟକାଳ ବୃଦ୍ଧିକୁ କଂଗ୍ରେସ ନେତା ରଣଦୀପ ସିଂହ ସୂର୍ଯେୱାଲା ଓ ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମଇତ୍ର ଓ ସାକେତ ଗୋଖ‌ଲେ ପ୍ରମୁଖ ସୁପ୍ରିମ୍‌କୋର୍ଟରେ ଚ୍ୟାଲେଞ୍ଜ କରିଥିବା ବେଳେ କୋର୍ଟ ଏହା ଉପରେ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି।
ଇଡି ଓ ସିବିଆଇ ମୁଖ୍ୟଙ୍କ କାର୍ଯ୍ୟକାଳ ୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାର ଜାରି କରିଥିବା ଅଧ୍ୟାଦେଶକୁ ବିରୋଧ କରି ବିରୋଧୀ ଦଳ ନେତାମାନଙ୍କ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଉତ୍ତର ଦେବା ଲାଗି ମଙ୍ଗଳବାର ପ୍ରଧାନବିଚାରପତି ଏନ୍‌ଭି ରମଣା, ଜଷ୍ଟିସ୍ କୃଷ୍ଣ ମୁରାରି ଓ ଜଷ୍ଟିସ୍ ହିମା କୋହଲିଙ୍କ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କୁ ଆଦେଶ ଦେଇଛନ୍ତି। ୧୦ ଦିନ ପରେ ଏହି ଆବେଦନର ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି। ସୂଚନାଯୋଗ୍ୟ, ୨୦୨୧ ନଭେମ୍ବର ୧୫ରେ ଇଡି ଓ ସିବିଆଇ ମୁଖ୍ୟଙ୍କ କାର୍ଯ୍ୟକାଳ ୫ ବର୍ଷ ଯାଏ ବୃଦ୍ଧି କରାଯାଇପାରିବ ବୋଲି ନିୟମ କରାଯାଇଛି।

ସମ୍ବନ୍ଧିତ ଖବର