କୋଟିଆ ମାମଲା: ଓଡ଼ିଶାର ଆବେଦନ ଉପରେ ପ୍ରତିପକ୍ଷ ଆନ୍ଧ୍ର ପ୍ରଦେଶକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ, ଆସନ୍ତା ଶୁକ୍ରବାର ଦିନ ପରବର୍ତ୍ତୀ ଶୁଣାଣି

Advertisment
କୋଟିଆ ମାମଲା: ଓଡ଼ିଶାର ଆବେଦନ ଉପରେ ପ୍ରତିପକ୍ଷ ଆନ୍ଧ୍ର ପ୍ରଦେଶକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ, ଆସନ୍ତା ଶୁକ୍ରବାର ଦିନ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ : ‘କୋଟିଆ’ରେ ଅନୁପ୍ରବେଶ ସଂକ୍ରାନ୍ତରେ ଆନ୍ଧ୍ର ସରକାରଙ୍କ ବିରୋଧରେ ଦାଖଲ କରାଯାଇଥିବା ଅଦାଲତ ଅବମାନନା ମାମଲାର ତ୍ବରିତ ଶୁଣାଣି କରି ସୁପ୍ରିମକୋର୍ଟ ପ୍ରତିପକ୍ଷ ଆନ୍ଧ୍ର ପ୍ରଦେଶକୁ ନୋଟିସ୍ ଜାରି କରିଛନ୍ତି। ଆସନ୍ତା ଶୁକ୍ରବାର ଦିନ ଏନେଇ ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାଯାଇଛି। ଜଷ୍ଟିସ୍ ଏ ଏନ୍ ଖାନଵଲିକର ଓ ଜଷ୍ଟିସ୍ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିଛନ୍ତି।

ସୂଚନାଯୋଗ୍ୟ, ଏହି ମାମଲାର ତ୍ବରିତ ଶୁଣାଣି କରିବା ପାଇଁ ଓଡ଼ିଶା ପକ୍ଷରୁ ଏହି ମାମଲାରେ ନିୟୋଜିତ ବରିଷ୍ଠ ଆଇନଜୀବୀ ବିକାଶ ସିଂହ ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଏସ୍ଏ ବୋବଡେ, ଜଷ୍ଟିସ୍ ଏ.ଏସ୍.ବୋପାନ୍ନା ଓ ଜଷ୍ଟିସ ଭି. ରମା ସୁବ୍ରମନ୍ୟନଙ୍କ ଖଣ୍ଡପୀଠରେ ନିବେଦନ କରିଥିଲେ।

publive-image www.indiatoday.in

ଶ୍ରୀ ସିଂହ ଯୁକ୍ତି ଉପସ୍ଥାପନ କରି କହିଥିଲେ, କୋଟିଆ ମାମଲାରେ ସ୍ଥିତାବସ୍ଥା ବଜାୟ ରଖିବାକୁ ସର୍ବୋଚ୍ଚ ନ୍ୟାୟ୍ୟାଳୟ ୨୦୦୬ରେ ନିର୍ଦ୍ଦେଶ ଦେଇଥିଲେ। ଆନ୍ଧ୍ର ସରକାର ଏହାକୁ ପାଳନ କରିନାହାନ୍ତି। ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଆନ୍ଧ୍ର ସରକାର କୋଟିଆକୁ ନିଜର ସୀମାରେ ଦର୍ଶାଇ ପଞ୍ଚାୟତ ନିର୍ବାଚନ କରାଉଛି। ଆନ୍ଧ୍ରର ଏଭଳି ଏକତରଫା ଆଚରଣ ଦ୍ବାରା ଗୁରୁତର ସାମ୍ବିଧାନିକ ସଙ୍କଟ ସୃଷ୍ଟି ହୋଇଛି। ଅତଏବ ଏହି ଅଦାଲତ ଅବମାନନା ମାମଲାର ତ୍ବରିତ ଶୁଣାଣି କରାଯାଉ। ଖଣ୍ଡପୀଠ ଏହି ମାମଲାର ଶୁଣାଣି ପାଇଁ ରାଜି ହୋଇଥିଲେ। ବରିଷ୍ଠ ଆଇନଜୀବୀ ବିକାଶ ସିଂହଙ୍କୁ ମାମଲାର ପରିଚାଳନା ସମୟରେ ସହଯୋଗ କରିଥିଲେ ସୁପ୍ରିମ କୋର୍ଟର ଆଡଭୋକେଟ ଅନ୍ ରେକର୍ଡ ଶିବଶଙ୍କର ମିଶ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe