ସୁରେଶ ପ୍ରଭୁଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ: କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ଆଜି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ମିଳିଛି। ଟିଡିପି ନେତା ଅଶୋକ ଗଜପତି ରାଜୁ ଏନ୍‌ଡିଏରୁ ଇସ୍ତଫା ଦେବାପରେ ସୁରେଶଙ୍କୁ ଏହି ମନ୍ତ୍ରାଳୟର ଦାୟିତ୍ୱ ପ୍ରଦାନ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶକ୍ରମେ ରାଷ୍ଟ୍ରପତି ରାମନାଥ କୋବିନଦ ପ୍ରଭୁଙ୍କ ଏହି ନୂତନ ଦାୟିତ୍ୱକୁ ସ୍ୱୀକୃତି ଦେଇଛନ୍ତି। ଆନ୍ଧ୍ରକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ନମିଳିବାରୁ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡ଼ୁ ଏନଡିଏରୁ ଟିଡିପିର ଦୁଇ ମନ୍ତ୍ରୀ ଓହରିଯିବେ ବୋଲି ଘୋଷଣା କରିଥିଲେ ଏବଂ ଏହି ପ୍ରକ୍ରିୟାରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଅଶୋକ ଗଜପତି ରାଜୁ ଓ ବିଜ୍ଞାନ ଓ ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ଓ୍ଵାଇଏସ୍‌ ଚୌଧୁରୀ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ।

ସମ୍ବନ୍ଧିତ ଖବର