ଆଜାଦୀ କା ଅମୃତ ମହୋତ୍ସବ ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା କଥା କହିଲେ

Advertisment
ସୋମବାର କ୍ୟାବିନେଟ୍, ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ

Republic World

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ‘ଆଜାଦୀ କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ଅବଦାନ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ।

ବୈଠକ ପରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିଲେ ଏବଂ ସ୍ବାଧୀନତା ସଂଗ୍ରାମରେ ତାଙ୍କ ଅବଦାନ ସମ୍ପର୍କରେ ସମସ୍ତେ ଅବଗତ। ସେ ସଂପର୍କରେ ସେ ବୈଠକରେ ଆଲୋଚନା କରିଥିଲେ। ଏହା ସହିତ ଓଡ଼ିଶାରେ କିଭଳି ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରାଯିବ, ସେ ସଂପର୍କରେ ମଧ୍ୟ ସେ ବୈଠକରେ ସୂଚିତ କରିଥିଲେ। ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନ ଦେବା ପାଇଁ ସେ ପୂର୍ବ ବୈଠକରେ କହିସାରିଥିବାରୁ ଆଜିର ବୈଠକରେ ସେ ସମ୍ପର୍କରେ ଉଲ୍ଲେଖ କରିନଥିଲେ।

ଆଜି ନିତି ଆୟୋଗ ବୈଠକରେ ସେ ଯୋଗଦେବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ। ଓଡ଼ିଶା ସବୁବେଳେ ପ୍ରାକୃତିକ ଦୁର୍ବିପାକର ଶିକାର ହେଉଛି। ଏଥି ପାଇଁ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦେବା ପାଇଁ ଅନେକ ଦିନରୁ ଦାବି ରହିଛି। ନିତି ଆୟୋଗ ବୈଠକରେ ପୁନର୍ବାର ସେ ଏହି ଦାବି କରିବେ ବୋଲି ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe