ମୋଦୀଙ୍କ ସହ ଟେଲିଫୋନ୍‌ରେ କଥାହେଲେ ବ୍ରାଜିଲ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଆଜି ବ୍ରାଜିଲ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଡା ସିଲଭା ଟେଲିଫୋନରେ କଥା ହୋଇଛନ୍ତି। ଉଭୟ ନେତା ପଶ୍ଚିମ ଏସିଆର ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନିକୁ ନେଇ ଉଭୟ ନେତା ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ ପରିସ୍ଥିତିର ଶୀଘ୍ର ସମାଧାନ ପାଇଁ ମିଳିତ ପ୍ରୟାସ କରିବାକୁ ଆହ୍ୱାନ ଦେଇଛନ୍ତି। ବ୍ରାଜିଲ ଅଧ୍ୟକ୍ଷତାରେ ଜି-୨୦ର ସଫଳତା ପାଇଁ ଭାରତର ସମ୍ପୂର୍ଣ୍ଣ ସମର୍ଥନ ପ୍ରଧାନମନ୍ତ୍ରୀ ମୋଦୀ ଜଣାଇଛନ୍ତି। ନୂଆଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ହୋଇଥିବା ବୈଠକ ପରେ ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ମଧ୍ୟ ସେମାନେ ଆଲୋଚନା କରିଛନ୍ତି।

ସମ୍ବନ୍ଧିତ ଖବର