ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ

ସମାଜର ବିକାଶରେ ନାରୀଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ, ‘ସବକା ପ୍ରୟାସ’ ସୁନିଶ୍ଚିତ କରିବାକୁ ଗୁରୁତ୍ବ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଲୋକ କଲ୍ୟାଣ ମାର୍ଗ ଠାରେ ଆୟୋଜିତ ଏକ ଆଲୋଚନାରେ ୨୦୨୦-୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହୋଇଛନ୍ତି । ସେମାନଙ୍କ ଉଲ୍ଲେଖନୀୟ କାର୍ଯ୍ୟକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେମାନେ ସମାଜ ସହିତ ରାଷ୍ଟ୍ର ନିର୍ମାଣ ପାଇଁ ମଧ୍ୟ ଯୋଗଦାନ ଦେଉଛନ୍ତି । ସେମାନଙ୍କ କାର୍ଯ୍ୟରେ ସେବା ଭାବନା ରହିଛି, ଏଥିସହିତ ସେମାନଙ୍କର କାର୍ଯ୍ୟଧାରାରେ ସୃଜନଶୀଳତାର ସ୍ପଷ୍ଟ ପରିପ୍ରକାଶ ଦେଖିବାକୁ ମିଳୁଛି । ବର୍ତ୍ତମାନ ଏପରି କୌଣସି ଗୋଟିଏ କ୍ଷେତ୍ର ନାହିଁ ଯେଉଁଠି ମହିଳାମାନେ ଯୋଗଦାନ ଦେଇନାହାନ୍ତି। ସମାଜର ବିକାଶରେ ସେମାନଙ୍କ ଭୂମିକା ରହିଛି।

ମହିଳାମାନଙ୍କ ମଧ୍ୟରେ ରହିଥିବା ସମ୍ଭାବନାକୁ ସାକାର ରୂପ ଦେବା ଲାଗି ସରକାର ସଂକଳ୍ପବଦ୍ଧ ହୋଇ କାର୍ଯ୍ୟ କରୁଛନ୍ତି । ପାରିବାରିକ ସ୍ତରରେ ସବୁ ମହିଳାମାନଙ୍କୁ ନିଷ୍ପତ୍ତି ନେବାର ପ୍ରକ୍ରିୟାରେ ସାମିଲ କରାଯିବା ଗୁରୁତ୍ୱପୂର୍ଣ୍ଣ, ଯାହାଫଳରେ ସେମାନଙ୍କର ଆର୍ଥିକ ସଶକ୍ତିକରଣ ସମ୍ଭବ ହୋଇପାରିବ।

ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ‘ସବକା ପ୍ରୟାସ’ ଉପରେ ସରକାର ଜୋର ଦେଉଥିବା ପ୍ରଧାନମନ୍ତ୍ରୀ କହିଥିଲେ । ସେ କହିଥିଲେ ଯେ, ଭୋକାଲ ଫର ଲୋକାଲ ଭଳି ସରକାରଙ୍କ ପ୍ରୟାସର ସଫଳତା, ମହିଳାମାନଙ୍କର ଯୋଗଦାନ ଉପରେ ନିର୍ଭରଶୀଳ ।

ଦେଶର ଶୀର୍ଷ ନେତୃତ୍ୱଙ୍କ ସହ କଥା ହେବା ଲାଗି ସେମାନଙ୍କୁ ଏକ ମଞ୍ଚ ଯୋଗାଇ ଦେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ପୁରସ୍କାର ବିଜେତାମାନେ ଧନ୍ୟବାଦ ଜଣାଇଥିଲେ । ସେମାନେ ଆହୁରି କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ଲାଗି ସୁଯୋଗ ପାଇବା ଏବଂ ତାଙ୍କ ସହିତ କଥା ହେବା ଦ୍ୱାରା ସେମାନଙ୍କ ସ୍ୱପ୍ନ ସାକାର ହେବା ଭଳି ଅନୁଭବ ହେଉଛି । ସେମାନେ ସରକାରଙ୍କ ବିଭିନ୍ନ ଯୋଜନାକୁ ପ୍ରଶଂସା କରିଥିଲେ ଯାହା ସେମାନଙ୍କ ପ୍ରୟାସରେ ଖୁବ୍‌ ଅଧିକ ସହାୟକ ହୋଇଛି । ପୁରସ୍କାର ବିଜେତାମାନେ ବର୍ତ୍ତମାନ ସୁଦ୍ଧା ନିଜର ଯାତ୍ରା ଏବଂ ସେମାନଙ୍କ ଦ୍ଵାରା ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ କଥା ହୋଇଥିଲେ । ସେମାନେ ନିଜ କାର୍ଯ୍ୟ କ୍ଷେତ୍ର ସମ୍ପର୍କରେ କେତେକ ପରାମର୍ଶ ଏବଂ ସୂଚନା ଦେଇଥିଲେ ।

ସମ୍ବନ୍ଧିତ ଖବର