ଦେଶର କରୋନା ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ, ଟେଷ୍ଟିଂ ଓ ଶଯ୍ୟା ବଢ଼ାଇବା ଉପରେ ଗୁରୁତ୍ବ

ନୂଆଦିଲ୍ଲୀ: ଦେଶର କରୋନା ସ୍ଥିତି ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ସମୀକ୍ଷା କରିଛନ୍ତି। ଆଗାମୀ ଦୁଇ ମାସ ମଧ୍ୟରେ କରୋନାକୁ ନେଇ ସମ୍ଭାବ୍ୟ ସ୍ଥିତି ସଂପର୍କରେ ମଧ୍ୟ ମନ୍ତ୍ରୀ ଏବଂ ଅଧିକାରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି। ଦେଶର ବିଭିନ୍ନ ବଡ଼ ସହରମାନଙ୍କରେ କରୋନା ସଂକ୍ରମଣ ଉଦ୍‌ବେଗଜନକ ଭାବେ ବଢ଼ି ଚାଲିଥିବାରୁ ଏହାର ମୁକାବିଲା ପାଇଁ ଟେଷ୍ଟିଂ ଏବଂ ଶଯ୍ୟା ବଢ଼ାଇବା ଉପରେ ଅଧିକ ଗୁରୁତ୍ବ ଦିଆଯାଇଛି ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଏବେ ବୈଠକରେ ମହାରାଷ୍ଟ୍ର, ଦିଲ୍ଲୀ, ଗୁଜରାଟ, ତାମିଲନାଡ଼ୁ ସମେତ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଂଚ ଳୋର କରୋନା ସ୍ଥିତି ଏବଂ ଏହାର ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂପର୍କରେ ଆଲୋଚନା ହୋଇଥିଲା। ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କ୍ୟାବିନେଟ ସଚିବ, ସ୍ବାସ୍ଥ୍ୟ ସଚିବ, ଆଇସିଏମ୍‌ଆର୍‌ ମହାନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଗାମୀ ୧୬ ଏବଂ ୧୭ ତାରିଖ ଦିନ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଲୋଚନା କରିବ‌େ।

ସମ୍ବନ୍ଧିତ ଖବର