ଆଜି ଧରମପୁରରେ ଡାକ୍ତରଖାନା ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

Advertisment
ଅକ୍ଟୋବର ୨୩ରେ ପ୍ରଧାନମନ୍ତ୍ରୀଙ୍କ ଅଯୋଧ୍ୟା ଗସ୍ତ

internationalnewsandviews.com

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଅପରାହ୍ଣ ସାଢ଼େ ୪ଟାରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଗୁଜରାଟ ଭାଲସାଦ ଜିଲ୍ଲାର ଧରମପୁରଠାରେ ଥିବା ଶ୍ରୀମଦ୍ ରାଜଚନ୍ଦ୍ର ମିଶନର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ପ୍ରଧାନମନ୍ତ୍ରୀ ଧରମପୁରରେ ଶ୍ରୀମଦ୍ ରାଜଚନ୍ଦ୍ର ଡାକ୍ତରଖାନା ଉଦ୍‌ଘାଟନ କରିବେ। ସମଗ୍ର ପ୍ରକଳ୍ପର ମୂଲ୍ୟ ପ୍ରାୟ ୨୦୦ କୋଟି ଟଙ୍କା। ଏହା ଏକ ୨୫୦ ଶଯ୍ୟାବିଶିଷ୍ଟ ମଲ୍ଟିସ୍ପେଶାଲିଟି ଡାକ୍ତରଖାନା ଯାହାକି ଅତ୍ୟାଧୁନିକ ଚିକିତ୍ସା ଭିତ୍ତିଭୂମି ସହିତ ବିଶ୍ୱସ୍ତରର ଚିକିତ୍ସା ସୁବିଧା ବିଶେଷତଃ ଦକ୍ଷିଣ ଗୁଜରାଟ ଅଞ୍ଚଳର ଲୋକଙ୍କୁ ଯୋଗାଇବ।
ପ୍ରଧାନମନ୍ତ୍ରୀ ଶ୍ରୀମଦ୍ ରାଜଚନ୍ଦ୍ର ପ୍ରାଣୀ ଚିକିତ୍ସାଳୟର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ପ୍ରାୟ ୭୦ କୋଟି ଟଙ୍କା ବ୍ୟୟରେ ୧୫୦ ଶଯ୍ୟା ବିଶିଷ୍ଟ ଏହି ଡାକ୍ତରଖାନା ନିର୍ମାଣ କରାଯିବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମହିଳାମାନଙ୍କ ପାଇଁ ଶ୍ରୀମଦ୍ ରାଜଚନ୍ଦ୍ର ଉତ୍କର୍ଷ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହା ପ୍ରାୟ ୪୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବ। ଏଥିରେ ମନୋରଞ୍ଜନ ପାଇଁ ସୁବିଧା, ଆତ୍ମ-ବିକାଶ ଅଧିବେଶନ ପାଇଁ ଶ୍ରେଣୀଗୃହ, ବିଶ୍ରାମ ସ୍ଥାନ ଆଦି ରହିବ। ଏହା ୭୦୦ରୁ ଅଧିକ ଆଦିବାସୀ ମହିଳାଙ୍କୁ ନିୟୋଜିତ କରିବ ଏବଂ ପରବର୍ତ୍ତୀ ସମୟରେ ହଜାର ହଜାର ଲୋକଙ୍କୁ ଜୀବିକା ଯୋଗାଇବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe