ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଅପରାହ୍ଣ ୪ଟା ୩୦ରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଭାରତ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଜି୨୦ ବୈଠକର ଲୋଗୋ, ବିଷୟବସ୍ତୁ ଏବଂ ୱେବ୍‌ସାଇଟ୍‌କୁ ଉନ୍ମୋଚନ କରିବେ। ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଆଧାରରେ ଭାରତର ବିଦେଶ ନୀତି ବିଶ୍ବ ମଞ୍ଚରେ ନେତୃତ୍ୱର ଭୂମିକା ନିର୍ବାହ ନିମନ୍ତେ ବିକଶିତ ହେଉଛି। ଏହି ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ, ଭାରତ ୧ ଡିସେମ୍ବର ୨୦୨୨ରୁ ଜି୨୦ର ଅଧ୍ୟକ୍ଷତା ଗ୍ରହଣ କରିବ।

Advertisment

ଜି୨୦ ଅଧ୍ୟକ୍ଷତା ଭାରତକୁ ଅନ୍ତର୍ଜାତୀୟ ମହତ୍ତ୍ୱର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକ ଉପରେ ବୈଶ୍ୱିକ ଏଜେଣ୍ଡାରେ ଯୋଗଦାନ ଲାଗି ଏକ ଅନନ୍ୟ ସୁଯୋଗ ପ୍ରଦାନ କରୁଛି। ଆମର ଜି୨୦ ଅଧ୍ୟକ୍ଷତାର ଲୋଗୋ, ବିଷୟବସ୍ତୁ ଏବଂ ୱେବ୍‌ସାଇଟ୍ ଭାରତର ବାର୍ତ୍ତା ଏବଂ ବିଶ୍ୱ ପାଇଁ ବ୍ୟାପକ ପ୍ରାଥମିକତାଗୁଡ଼ିକୁ ପ୍ରତିଫଳିତ କରିବ।