ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ଲଗାତାର ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ପୁଣି ୩୭,୩୭୯ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁଯାୟୀ ଦେଶରେ ସକ୍ରିୟ ମାମଲା ଏବେ ୧,୭୧,୮୩୦ ରହିଛି। ୨୩ ରାଜ୍ୟରେ ମୋଟ୍‌ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨ରେ ପହଞ୍ଚିଛି । ମହାରାଷ୍ଟ୍ରରେ ସର୍ବାଧିକ ୫୬୯ ଓମିକ୍ରନ୍‌ ମାମଲା ଚିହ୍ନଟ ହୋଇଥିବା ବେଳେ ଦିଲ୍ଲୀରେ ୩୮୨ ମାମଲା ଚିହ୍ନଟ ହୋଇଛି। ଗତ ୨୪ ଘଣ୍ଟାରେ ୧୨୪ ଜଣଙ୍କ ମୃତ୍ୟୁ ସହ ଦେଶରେ ମୋଟ୍‌ ମୃତ୍ୟୁସଂଖ୍ୟା ୪,୮୨,୦୧୭କୁ ବୃଦ୍ଧି ପାଇଛି। ସକ୍ରିୟ ମାମଲା ମୋଟ୍‌ ସଂକ୍ରମଣ ମାମଲାର ୦.୪୯ ପ୍ରତିଶତ ରହିଛି।ଅନ୍ୟପକ୍ଷେ କୋଭିଡ ଆରୋଗ୍ୟ ହାର ୯୮.୧୩ ପ୍ରତିଶତ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୧,୦୦୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ମୁମ୍ବାଇରେ ଆଜି ୧୦, ୮୬୦ ମାମଲା ଚିହ୍ନଟ ହୋଇଥିବା ବେଳେ ଗତକାଲି ତୁଳନାରେ ଏହା ୩୪ ପ୍ରତିଶତ ଅଧିକ।