୧୨ ଯାଏ କାଳବୈଶାଖୀ ବର୍ଷା: ଏହି ସମସ୍ତ ଜିଲ୍ଲା ପାଇଁ ଜାରିହେଲା ୟେଲୋ ଓ୍ଵାର୍ଣ୍ଣିଂ

୧୨ ଯାଏ କାଳବୈଶାଖୀ ବର୍ଷା: ଏହି ସମସ୍ତ ଜିଲ୍ଲା ପାଇଁ ଜାରିହେଲା ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି। ଫଳରେ ଅତିପ୍ରବଳ ଓ ଲଗାଣ ବର୍ଷାର ସମ୍ଭାବନା ନାହିଁ। ତଥାପି ଆଗାମୀ ୫ ଦିନ ପର୍ଯ୍ୟନ୍ତ ଅର୍ଥାତ୍‌ ଆଜି ଅପରାହ୍ନ ଠାରୁ ଆସନ୍ତା ସେପ୍ଟେମ୍ବର ୧୨ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଜାରି ହୋଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ତାରଖ ମଧ୍ୟାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉପକୂଳ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ନୂଆପଡା, ବଲାଙ୍ଗୀର, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିପରି ୯ ତାରିଖ ମଧ୍ୟାହ୍ନ ସୁଦ୍ଧା ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ରାୟଗଡା, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।
୧୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ଅଧିକାଂଶ ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

publive-image
୧୧ ତାରଖ ମଧ୍ୟାହ୍ନ ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବା ବେଳେ ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ବରଗଡ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।
୧୨ ତାରିଖ ମଧ୍ୟାହ୍ନ ମଧ୍ୟରେ ଓଡ଼ିଶାର ବହୁ ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଥିବାବେଳେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସୁନ୍ଦରଗଡ, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ଦେବଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ, ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ବର୍ଷା ଓ ବଜ୍ରପାତ ସମୟରେ ଗଣ ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe