ତିରୁପତି: ତିରୁପତି ମନ୍ଦିରର ପ୍ରସାଦ ଲଡୁ ପାଇଁ ବ୍ୟବହାର ହେଉଥିବା ଘିଅରେ ପଶୁଙ୍କ ଚର୍ବି ଓ ମାଛ ତେଲ ମିଶୁଛି ବୋଲି ପୂର୍ବରୁ ଅଭିଯୋଗ ହୋଇଥିଲା। ଏଭଳି ଅଭିଯୋଗ ଆସିବା ପରେ ମାମଲା ଏବେ ପହଞ୍ଚିଥିଲା ସୁପ୍ରିମକୋର୍ଟରେ । ଅପମିଶ୍ରଣ କରାଯାଇଥିବା ଅଭିଯୋଗ ନେଇ ପୂର୍ବତନ ସିଏମ ଜଗନମୋହନ ରେଡ୍ଡୀ, ପ୍ରସାଦ କଣ୍ଟ୍ରାଟ ନେଇଥିବା ସଂସ୍ଥା ବିରୋଧରେ ପିଟିସନ ଦାଖଲ କରିଥିଲେ ଆଇନଜୀବ।
ସେପଟେ ପ୍ରସାଦର ସ୍ବଚ୍ଛତା ନେଇ ରିପୋର୍ଟ ତଲବ କରିଥିଲା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ । ଏହି ଘଟଣା ତଦନ୍ତ ଭାର ହାତକୁ ନେଇଥିଲା ସିବିଆଇ। ଏହି ଘଟଣାରେ ଆଜି ଘିଅ ସପ୍ଲାଏ କରୁଥିବା ୪ ଜଣଙ୍କୁ ଗିରଫ କରିଥିଲା ସିବିଆଇ । ଗିରଫ ଅଭିଯୁକ୍ତଙ୍କୁ ଆଜି କୋର୍ଟରେ ହାଜର କରାଯିବ।
ସମ୍ବାଦ ସରବରାହ ସଂସ୍ଥା ପିଟିଆଇ ରିପୋର୍ଟ ଅନୁଯାୟୀ, ଗିରଫ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଭୋଲେ ବାବା ଡାଏରୀର ପୂର୍ବତନ ନିର୍ଦ୍ଦେଶକ ବିପିନ ଜୈନ ଏବଂ ପୋମିଲ ଜୈନ, ବୈଷ୍ଣବୀ ଡାଏରୀର ଅପୂର୍ବ ଚାୱଡା ଏବଂ ଏଆର ଡାଏରୀର ରାଜୁ ରାଜଶେଖରନ ଅନ୍ତର୍ଭୁକ୍ତ ଅଛନ୍ତି।
Follow Us