ପୁଣି ବଢ଼ିଲା ସୁନା ଦର: ୧୦ ଗ୍ରାମ୍‌କୁ ୮୮ ହଜାର ପାର୍‌

ସୁନା ଦର ବୃଦ୍ଧି ଅଳଙ୍କାର ପ୍ରିୟ ଲୋକଙ୍କ ପାଇଁ ଏକ ବିରାଟ ସମସ୍ୟା ହୋଇ ଛିଡ଼ା ହୋଇଛି। ମଙ୍ଗଳବାର ସୁନା ଦର ପୁଣି ବଢ଼ିଛି। ସାରା ବିଶ୍ବରେ ବଢ଼ି ବଢ଼ି ଚାଲିଛି ସୁନା ଦର। ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ମୂଲ୍ୟ।

gold rate

ନୂଆଦିଲ୍ଲୀ: ସୁନା ଦର ବୃଦ୍ଧି ଅଳଙ୍କାର ପ୍ରିୟ ଲୋକଙ୍କ ପାଇଁ ଏକ ବିରାଟ ସମସ୍ୟା ହୋଇ ଛିଡ଼ା ହୋଇଛି। ମଙ୍ଗଳବାର ସୁନା ଦର ପୁଣି ବଢ଼ିଛି। ସାରା ବିଶ୍ବରେ ବଢ଼ି ବଢ଼ି ଚାଲିଛି ସୁନା ଦର। ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ମୂଲ୍ୟ। ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମକୁ ୮୮ ହଜାର ପାର କଲାଣି। ଆଗକୁ ସୁନା ଦର ୯୦ ହଜାର ଅତିକ୍ରମ କରିବା ଆଶଙ୍କା କରାଯାଉଛି। ନୂଆ ଦିଲ୍ଲୀରେ ଏବେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ୮୮ହଜାର ୫୦୦ ଟଙ୍କାରେ ପହଞ୍ଚିଲାଣି। ଭୁବନେଶ୍ବରରେ ଏବେ ୮୭ ହଜାର ୭୦ ଟଙ୍କା ପହଞ୍ଚିଛି।

ଅନ୍ତର୍ଜାତୀୟ ବଜାରରେ ସୁନାର ଆଉନ୍‌ସ ପିଛା ଦର ରେକର୍ଡ ୨୯୦୦ ଡଲାରରେ ପହଞ୍ଚିଛି। ଇସ୍ପାତ ଓ ଆଲୁମିନିୟମ୍ ଉପରେ ୨୫ ପ୍ରତିଶତ ଟିକସ ଲଗାଇବାକୁ ଟ୍ରମ୍ପ ଘୋଷଣା କରିବା ପରଠାରୁ ସୁନା ମୂଲ୍ୟ ବଢିବାରେ ଲାଗିଛି। ଦାମ୍ ବଢ଼ିଛି। ଗୋଟିଏ ପଟେ ଟ୍ରମ୍ପଙ୍କ ଶୁଳ୍କ ପ୍ରହାର ଜାରି ରହିଥିବା ବେଳେ ଅନ୍ୟପଟେ ଡଲାର ତୁଳନା‌ରେ ଟଙ୍କା ଦୁର୍ବଳ ହେଉଥିବାରୁ ସୁନା ଆମଦାନି ମହଙ୍ଗା ହୋଇଛି। ଏକ ଡଲାର ଦାମ୍ ୮୭ ଟଙ୍କା ୪୩ ପଇସା ସ୍ତରରେ ରହିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe