ଗ୍ବାଲିୟର: ମଧ୍ୟପ୍ରଦେଶର ଗ୍ବାଲିୟରରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ମହିଳାଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସକାଳ ପ୍ରାୟ ୭.୩୦ ସମୟରେ ଏହି ଦୁର୍ଘଟଣା ହୋଇଛି। ସମସ୍ତ ମହିଳା ଗ୍ବାଲିୟର୍ର ଓଲ୍ଡ ଚୌନି ଅଞ୍ଚଳ ଅଙ୍ଗନବାଡ଼ି କେନ୍ଦ୍ରରେ ପାଚିକା ଭାବେ କାମ କରୁଥିଲେ। କାମ ସାରି ସେମାନେ ଏକ ଅଟୋରିକ୍ସାରେ ଘରକୁ ଫେରୁଥିବା ବେଳେ ଏକ ଦ୍ରୁତଗାମୀ ବସ୍ ଅଟୋକୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ହିଁ ଅଟୋ ରିକ୍ସା ଡ୍ରାଇଭର୍ଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା। ଅନ୍ୟମାନଙ୍କର ହସ୍ପିଟାଲ୍ରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ବସ୍ରେ ଯାତ୍ରା କରୁଥିବା ଯାତ୍ରୀମାନେ ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି। ଦୁର୍ଘଟଣା ପରେ ବସ୍ ଡ୍ରାଇଭର୍ ଖସି ପଳାଇଛି। ବସ୍ଟିକୁ ଜବତ କରାଯାଇଛି।
ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୨ ମହିଳାଙ୍କ ସମେତ ୧୩ ମୃତ
/sambad/media/post_attachments/wp-content/uploads/2021/03/jdg56j4d56g4j6dg4j6d5g4jdg4j65dg4j6d5g4gd654j56.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)