ପହଲଗାମ୍: ଆତଙ୍କୀଙ୍କ ଉପରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ । ଏଥିର ନିର୍ଣ୍ଣାୟକ ଲଢ଼େଇ ହେବ ବୋଲି କହିସାରିଛନ୍ତି ପ୍ରଧାନମନ୍ତ୍ରୀ । ଆଉ ଆରପାର ଲଢ଼େଇ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି । ମେ' ୭ ତାରିଖରେ ବାଜିବ ସାଇରନ । ଯୁଦ୍ଧ ସମୟରେ ଯେପରି ସାଇରନ ବାଜିଥାଏ ଠିକ ସେହିପରି ଶବ୍ଦ ଶୁଣିବାକୁ ମିଳିବ ।
ସମସ୍ତ ରାଜ୍ୟକୁ ମକ ଡ୍ରିଲ କରିବାକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର । ୧୦ ତାରିଖ ସୁଦ୍ଧା ପୂରା ଦେଶରେ ସରିବ ମକଡ୍ରଲ୍ । ଏଥିରେ ସାଧାରଣ ଲୋକ ବି ସାମିଲ ହେବେ । ମେ ୭ ତାରିଖ ତଥା ବୁଧବାର ଦିନ ଏହି ମକଡ୍ରିଲ କରାଯିବ । ଯୁଦ୍ଧ ହେଲେ ସାଧାରଣ ଲୋକେ ସୁରକ୍ଷିତ ସ୍ଥାନକୁ କିଭଳି ଯିବେ। ଶତ୍ରୁ ଆକ୍ରମଣରୁ କିଭଳି ନିଜକୁ ସୁରକ୍ଷା କରିବେ ଏହାର ଯୋଜନା କରାଯିବା ସହ ଅଭ୍ୟାସ ବି କରାଯିବ ।
ଅଭ୍ୟାସ ସମୟରେ ରେଡ୍ ୱାର୍ଣ୍ଣିଙ୍ଗ ସାଇରନ ବାଜିବ। ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2025/05/06/IWEGusQZgLnEcygK0JVo.jpg)