ଅନ୍ତର୍ଜାତୀୟ ମହିଳା ଦିବସ: ଜୀବିକା ସୃଜନ କ୍ଷେତ୍ରରେ ୭୫ ଆଦିବାସୀ ମହିଳାଙ୍କୁ ସମ୍ମାନିତ କଲା ଟ୍ରାଇଫେଡ୍

Advertisment
ଅନ୍ତର୍ଜାତୀୟ ମହିଳା ଦିବସ: ଜୀବିକା ସୃଜନ କ୍ଷେତ୍ରରେ ୭୫ ଆଦିବାସୀ ମହିଳାଙ୍କୁ ସମ୍ମାନିତ କଲା ଟ୍ରାଇଫେଡ୍

ନୂଆଦିଲ୍ଲୀ: ଆଜାଦୀ କା ଅମୃତ ମହୋତ୍ସବ ଧାରାରେ ଟ୍ରାଇଫେଡ୍ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆଦିବାସୀ ମହିଳା କାରିଗର, ବନ ଧନ ହିତାଧିକାରୀ ଏବଂ ଜୀବିକା ସୁଯୋଗ ସୃଷ୍ଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା ମହିଳାମାନଙ୍କ ଉପରେ ବିଶେଷ ଧ୍ୟାନ ଦିଆଯାଇ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ହାଇବ୍ରିଡ୍ ମୋଡ଼ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଶେଷ ଉପଲବ୍ଧି ହାସଲ କରିଥିବା ୭୫ ଜଣ ସଫଳ ଆଦିବାସୀ ମହିଳାଙ୍କୁ ସମ୍ମାନିତ କରାଯାଇଥିଲା। ଆଦିବାସୀ ସମୁଦାୟ ମଧ୍ୟରେ ପରିବର୍ତ୍ତନ ଆଣିବା ଦିଗରେ ଯୋଗଦାନ ପାଇଁ ସେମାନଙ୍କୁ ସ୍ମରଣିକା ଓ ପ୍ରମାଣପତ୍ର ମାଧ୍ୟମରେ ସମ୍ମାନିତ କରାଯାଇଥିଲା।

ଜନଜାତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଟୁଡୁ ମୟୂରଭଞ୍ଜର ଆଦିବାସୀ ମହିଳାମାନଙ୍କ ସହିତ କଥା ହୋଇଥିଲେ। ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଦିବାସୀ ବଞ୍ଚିତ ମହିଳାମାନଙ୍କୁ ସମ୍ମାନିତ କରିବା ଲାଗି ଟ୍ରାଇଫେଡ୍ ପକ୍ଷରୁ ପ୍ରୟାସ କରାଯାଇଥିବାରୁ ଶ୍ରୀ ଟୁଡୁ ସନ୍ତୋଷ ବ୍ୟକ୍ତ କରିଥିଲେ । ଦେଶର ଆଦିବାସୀ ଲୋକମାନଙ୍କ ପାଇଁ ଜୀବିକା ସୁଯୋଗ ବଢ଼ାଇବା କ୍ଷେତ୍ରରେ ଟ୍ରାଇଫେଡ୍ ପକ୍ଷରୁ ହେଉଥିବା ପ୍ରୟାସରେ ଜନଜାତି ମନ୍ତ୍ରାଳୟ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ।

ଉଲ୍ଲେଖଯୋଗ୍ୟ ଯେ ଜନଜାତି ସଶକ୍ତିକରଣ ଦିଗରେ ଟ୍ରାଇଫେଡ୍ ଏକ ନୋଡାଲ ଏଜେନ୍ସି ଭାବେ କାର୍ଯ୍ୟ କରୁଛି । ଟ୍ରାଇଫେଡ୍ ପକ୍ଷରୁ ଆଦିବାସୀଙ୍କ କଲ୍ୟାଣ ପାଇଁ ଅନେକଗୁଡ଼ିକ ପଦକ୍ଷେପ ଗତ ଦୁଇ ବର୍ଷ ମଧ୍ୟରେ ହାତକୁ ନିଆଯାଇଛି । ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ଜରିଆରେ ଟ୍ରାଇଫେଡ୍ ୩୧୭.୧୩ କୋଟି ଟଙ୍କାର ଲଘୁ ବନଜାତ ଦ୍ରବ୍ୟ କ୍ରୟ କରିଛି । ସେହିପରି ରାଜ୍ୟ ପାଣ୍ଠିର ଉପଯୋଗ କରି ୧୫୪୨.୮୮ କୋଟି ଟଙ୍କାର ବନଜାତ ଦ୍ରବ୍ୟ ଏମଏସପିରେ କିଣାଯାଇଛି।

ଦୁଇ ବର୍ଷରୁ କମ୍ ସମୟ ମଧ୍ୟରେ ଟ୍ରାଇଫେଡ୍ ୨୫ଟି ରାଜ୍ୟ ଏବଂ ୨ଟି କେନ୍ଦ୍ର ଶାସିତ ପ୍ରଦେଶର ୫୨, ୯୬୭ ବନ ଧନ ସ୍ବୟଂ ସହାୟକ ଗୋଷ୍ଠୀକୁ ମାନ୍ୟତା ଦେଇଛି। ଏଥିରୁ ୩୧୧୦ଟି ବନ ବିକାଶ କେନ୍ଦ୍ର ଗଠିତ ହୋଇଛି। ଫଳରେ ୯.୨୭ ଲକ୍ଷ ହିତାଧିକାରୀଙ୍କୁ ଜୀବିକା ମିଳିପାରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe