ଗୁଜୁରାଟର ବଡ଼ୋଦରାରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା, ୧୧ ଜଣଙ୍କର ମୃତ୍ୟୁ

ଗୁଜୁରାଟର ବଡ଼ୋଦରାରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା, ୧୧ ଜଣଙ୍କର ମୃତ୍ୟୁ

photo-ani

ଅହମଦାବାଦ: ଗୁଜୁରାଟର ବଡ଼ୋଦରାଠାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଦୁଇଟି ଗାଡିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି | ମିଳିଥିବା ସୂଚନା ମୁତାବକ ବଡ଼ୋଦରାର କ୍ରସିଂ ରାଜପଥରେ ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା |

ଏହି ଦୁଇଟି ଟ୍ରକରେ ପାଖାପାଖି ୨୦ ଜଣ ଥିବାବେଳେ ୯ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା | ଅନ୍ୟ ୨ ଜଣଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଇଯାଇଥିଲା | ତେବେ ୧୫ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି |


ଆଜି ଭୋରରେ ହୋଇଥିବା ଏହି ଦୁର୍ଘଟଣା ଖବର ପାଇବା ପରେ ସ୍ଥାନୀୟ ଲୋକ ଓ ପୁଲିସ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ | ତେବେ କିଛି ଲୋକ ଟ୍ରକ ମଧ୍ୟରେ ଚାପି ହୋଇ ରହିଯାଇଥିଲେ | ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe