ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ମେଣ୍ଟ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ପାଇବା ପରେ ସାରା ବିଶ୍ୱରୁ ଶୁଭେଚ୍ଛା ବାର୍ତ୍ତା ପହଞ୍ଚିବାରେ ଲାଗିଛି । ସୁପର ପାଓ୍ଵାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଟ୍ଵିଟ କରି ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି ଯେ ବିପୁଳ ବିଜୟ ପାଇଁ ନରେନ୍ଦ୍ର ମୋଦି ଓ ତାଙ୍କ ଦଳ ବିଜେପିକୁ ଅଭିନନ୍ଦନ । ମୋଦି ପୁଣି କ୍ଷମତାକୁ ଫେରିବା ପରେ ଭାରତ-ଆମେରିକା ସହଭାଗିତାରେ ଆଗକୁ ଅନେକ ସମ୍ଭାବନା ଦେଖାଦେଇଛି । ଦୁଇ ଦେଶ ମଧ୍ୟରେ ଚାଲୁ ରହିଥିବା ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ଆଗେଇ ନେବାକୁ ମୁଁ ଆଶାବାଦୀ ।
ଏହା ପୂର୍ବରୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ, ଚୀନ ରାଷ୍ଟ୍ରପତି ସି ଜିନ ପିଙ୍ଗ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା, ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରୀପାଳ ସିରିସେନା, ଆଫଗାନିସ୍ତାନ ରାଷ୍ଟ୍ରପତି ଅସ୍ରଫ ଗନି ଖାଁ ପ୍ରମୁଖ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଥିଲେ ।
ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ
Advertisment
Follow Us