ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ପ୍ରବାସୀ ଶ୍ରମିକ ମୃତ

ଜମ୍ମୁ-କଶ୍ମୀରର ଗନ୍ଦରବଲ ଜିଲ୍ଲା ଗଗନଗିରିର ସୋନମର୍ଗ ଅଞ୍ଚଳରେ ଜେଡ୍-ମୋଡ୍ ଟନେଲ  ନିକଟରେ ଏକ ଗୁଳିବିନିମୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ସନ୍ଦିଗ୍ଧ ଆତଙ୍କବାଦୀ ଆକ୍ରମଣରେ ୨ ଜଣ ପ୍ରବାସୀ ଶ୍ରମିକ ନିହତ ହୋଇଛନ୍ତି।

ଅଦ୍ୟତନ ହୋଇଛି
kashmir

ଶ୍ରୀନଗର: ଜମ୍ମୁ-କଶ୍ମୀରର ଗନ୍ଦରବଲ ଜିଲ୍ଲା ଗଗନଗିରିର ସୋନମର୍ଗ ଅଞ୍ଚଳରେ ଜେଡ୍-ମୋଡ୍ ଟନେଲ  ନିକଟରେ ଏକ ଗୁଳିବିନିମୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ସନ୍ଦିଗ୍ଧ ଆତଙ୍କବାଦୀ ଆକ୍ରମଣରେ ୨ ଜଣ ପ୍ରବାସୀ ଶ୍ରମିକ ନିହତ ହୋଇଛନ୍ତି। ଏଥିରେ ୨ରୁ ୩ ଜଣ ଆହତ ହୋଇପାରନ୍ତି ବୋଲି ଆଶଙ୍କା ପ୍ରକାଶ ପାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସମ୍ପୃକ୍ତ ଅଞ୍ଚଳକୁ ଘେରାବନ୍ଦୀ କରିଥିଲା। 

ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସମ୍ପୃକ୍ତ ଅଞ୍ଚଳକୁ ଘେରାବନ୍ଦୀ କରିଥିଲା। ଗୁଳିକାଣ୍ଡରେ ପ୍ରାଣ ହରାଇଥିବା ୨ ଜଣ  ଜମ୍ମୁ ଓ କଶ୍ମୀର ବାହାରର ଶ୍ରମିକ ବୋଲି ସୂଚନା ମିଳିଛି। 

ଗତକାଲି ଜମ୍ମୁ-କଶ୍ମୀରର ବାରମୁଲା ଜିଲ୍ଲାର ଉରି ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ସୁରକ୍ଷାବାହିନୀ ପଣ୍ଡ କରିଦେଇଥିଲେ। ଏହି ଅନୁପ୍ରବେଶ ସମୟରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା। କିଛିଦିନ ତଳେ ସୋପିଆଁରେ ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଜଣେ ପ୍ରବାସୀ ଶ୍ରମିକ ନିହତ ହୋଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe