ଶୋପିଆଁ ଏନକାଉଣ୍ଟର: ୨ ଆତଙ୍କବବାଦୀ ନିହତ

Advertisment
ଶୋପିଆଁ ଏନକାଉଣ୍ଟର: ୨ ଆତଙ୍କବବାଦୀ ନିହତ

hindustantimes

ଶ୍ରୀନଗର: ମଙ୍ଗଳବାର ଦିନ ଜମ୍ମୁ-କଶ୍ମୀରର ଶୋପିଆଁ ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଏ ନେଇ ଜମ୍ମୁ-କଶ୍ମୀର ପୁଲିସ ପକ୍ଷରୁ କୁହାଯାଇଛି।

2 terrorists killed in encounter with security forces in J&K | Deccan Herald Deccan Herald

ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଶୋପିଆଁ ଜିଲ୍ଲାର ଜୈନପୋରା ଅଞ୍ଚଳର ସୁଗାନ୍ ଗ୍ରାମରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ବୋଲି ପୁଲିସ ମୁଖପାତ୍ର କହିଛନ୍ତି। ସୂଚନା ପାଇ ଘଟଣା ସ୍ଥଳରେ ପହଞ୍ଚିବା ପରେ ସୁରକ୍ଷା ବାହିନୀ ଉପରକୁ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଏହାର ଜବାବ ଦେବାକୁ ଯାଇ ସୁରକ୍ଷା ବାହିନୀ ପକ୍ଷରୁ ଗୁଳି ଚଳାଯାଇଥିବା ବେଳେ ଏହି ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣା ପଡ଼ିଛି। ତେବେ ସେହି ଅଞ୍ଚଳରେ ଅନ୍ୟ ଆତଙ୍କବାଦୀ ଲୁଚି ରହିଛନ୍ତି କି ନାହିଁ ଜାଣିବା ପାଇଁ ଏବେ ସର୍ଚ୍ଚ ଅପରେସନ ଜାରି ରହିଛି। ଏହି ଏନକାଉଣ୍ଟରରେ କୌଣସି ଯବାନଙ୍କ ମୃତାହତ ହୋଇଥିବା ଖବର ମିଳି ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe