ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାପରେ ପ୍ରଥମ ଥରଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଉଦ୍ଧବ ଠାକରେ

ପୁନେ: ଶିବସେନା ମୁଖ୍ୟ ତଥା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଗତକାଲି ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପୁନେରେ ଭେଟିଥିବା ଜଣାଯାଇଛି । ଗତକାଲି ପ୍ରଧାନମନ୍ତ୍ରୀ ମୋଦୀ ପୁନେରେ ଆୟୋଜିତ ଡିଜିପି ଓ ଆଇଜିପି ସମ୍ମିଳନୀରେ ଅଂଶଗ୍ରହଣ କରିବାକୁ ଆସିଥିବା ବେଳେ ଉଭୟ ନେତାଙ୍କ ମଧ୍ୟରେ ଏହି ସାକ୍ଷାତ ହୋଇଥିବା ଜଣାଯାଇଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଦେବେନ୍ଦ୍ର ଫଡ଼ନବୀସଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

Image Source–jansatta

ପ୍ରଧାନମନ୍ତ୍ରୀ ମୋଦୀ ଓ ଶିବସେନା ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ମଧ୍ୟରେ ହୋଇଥିବା ଏହି ସାକ୍ଷାତକୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି। ସୂଚନାଯୋଗ୍ୟ, ଗତ ଅକ୍ଟୋବର ମାସରେ ଶେଷ ହୋଇଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ସରକାର ଗଢ଼ିବା ନେଇ ରାଜନୈତିକ ଛକାପନ୍ଝା ଆରମ୍ଭ ହୋଇଯାଇଥିଲା । ମୁଖ୍ୟମନ୍ତ୍ରୀ ପଦ ପାଇବା ପାଇଁ ବିଜେପି ସହିତ ମେଣ୍ଟ ନ କରି କଂଗ୍ରେସ ଓ ଏନସିପି ସହ ମେଣ୍ଟ କରି ଶିବସେନା ମହାରାଷ୍ଟ୍ରରେ ସରକାର ଗଢ଼ିଥିଲା ଏବଂ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିଥିଲେ।

ସମ୍ବନ୍ଧିତ ଖବର