ଭୁବନେଶ୍ବର: ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର । ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ। ପହିଲି ରଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟବାସୀମାନଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କର ମଙ୍ଗଳ କାମନା କରିଛନ୍ତି।
ରଜପର୍ବ ଓଡ଼ିଆ ସଂସ୍କୃତିର ଏକ ଅନନ୍ୟ ଉତ୍ସବ। ଆଜି ପହଲି ରଜରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ରାଜ୍ୟରେ ଓ ରାଜ୍ଯ ବାହାରେ ରହୁଥିବା ସମସ୍ତ ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓ ସମସ୍ତଙ୍କର ମଙ୍ଗଳ କାମନା କରିଛନ୍ତି। #RajaParbapic.twitter.com/QqP86O7xn5
— CMO Odisha (@CMO_Odisha) June 14, 2024
ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ‘ରଜ’ ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା । ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ । ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା । ପ୍ରକୃତି ସହ ଯୋଡ଼ିହେବାର ଏହି ମହାନ ପରମ୍ପରା ସମାଜରେ ଭାଇଚାରାକୁ ଆହୁରି ସୁଦୃଢ଼ କରୁ, ଏହା କାମନା । pic.twitter.com/Pu0wTDUnai
— Dharmendra Pradhan (@dpradhanbjp) June 14, 2024
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ସୋସିଆଲ ମିଡିଆ ଏକାଉଣ୍ଟ ‘ଏକ୍ସ’ରେ ଲେଖିଛନ୍ତି, ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ‘ରଜ’ ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା । ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ । ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା । ପ୍ରକୃତି ସହ ଯୋଡ଼ିହେବାର ଏହି ମହାନ ପରମ୍ପରା ସମାଜରେ ଭାଇଚାରାକୁ ଆହୁରି ସୁଦୃଢ଼ କରୁ, ଏହା କାମନା ।