ନୂଆଦିଲ୍ଲୀ : ଆଗାମୀ ୫ ରୁ ୭ ବର୍ଷ ମଧ୍ୟରେ ଦେଶରେ ୧୦ ହଜାର ସିଏନ୍ଜି ଷ୍ଟେସନ ପ୍ରତିଷ୍ଠା ଏବଂ ୫ କୋଟି ପିଏନଜି ସଂଯୋଗ ପାଇଁ କେନ୍ଦ୍ର ସରକାର ଯୁଦ୍ଧକାଳୀନ ଭିତ୍ତିରେ କାମ କରୁଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସ ଜରିଆରେ ମହାରାଷ୍ଟ୍ର ପ୍ରାକୃତିକ ଗ୍ୟାସ କମ୍ପାନୀ(ଏମଏନଜିଏଲ)ର ୫ଟି ଗ୍ୟାସ ଷ୍ଟେସନ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଉଲ୍ଲେଖନୀୟ ଯେ, ଏହି ୫ଟି ଗ୍ୟାସ ଷ୍ଟେସନର ଲୋକାର୍ପଣ ହେବା ଫଳରେ ଏମଏନଜିଏଲ୍ କମ୍ପାନୀର ସିଏନଜି ନେଟୱାର୍କ ୧୦୦ରେ ପହଁଚିଛି।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ଅଧିକ ସ୍ଥାୟୀ ଉର୍ଜା ବ୍ୟବହାର ପାଇଁ ୨୦୩୦ ସୁଦ୍ଧା ପ୍ରାଥମିକ ଉର୍ଜା ମିଶ୍ରଣରେ ପ୍ରାକୃତିକ ଗ୍ୟାସର ସେୟାର ୧୫ ପ୍ରତିଶତ ଲକ୍ଷ୍ୟ ହାସଲ କରିବାକୁ ଭାରତ ପ୍ରତିବଦ୍ଧ। ଏହା ସମ୍ଭବ ହେଲେ ପରିବେଶ ପ୍ରଦୂଷଣ ହ୍ରାସ ହେବ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/12/union-minister.jpg)