ଅଗଷ୍ଟ ୬ରେ ହେବ ଉପରାଷ୍ଟ୍ରପତି ନିର୍ବାଚନ, ସେହିଦିନ ହେବ ଗଣତି: ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅଗଷ୍ଟ ୬ରେ ଅନୁଷ୍ଠିତ ହେବ ବୋଲି ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ । ବର୍ତ୍ତମାନର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୧ରେ ଶେଷ ହେବ। ଏଭଳି ପରିସ୍ଥିତିରେ ତାଙ୍କ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ କରିବା ପାଇଁ କୁହାଯାଇଥିବା ବେଳେ ନିର୍ବାଚନ ଆୟୋଗ ଅଗଷ୍ଟ ୬ ତାରିଖ ଧାର୍ଯ୍ୟ କରିଛନ୍ତି।

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁଲାଇ ୫ରେ ବିଜ୍ଞପ୍ତି ଜାରି କରାଯିବ। ଏଥି ସହିତ ଜୁଲାଇ ୧୯, ୨୦୨୨ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରାଯିବ।  ଜୁଲାଇ ୨୦ରେ ନାମାଙ୍କନପତ୍ରର ଯାଞ୍ଚ କରାଯିବା ସହିତ ଜୁଲାଇ ୨୨ ମଧ୍ୟ‌ରେ ଆବେଦନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ।

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଯଦି ମତଦାନ  ଆବଶ୍ୟକ ହୁଏ, ତେବେ ଅଗଷ୍ଟ ୬ରେ ଭୋଟ୍ ଦିଆଯିବ। ମତଦାନ ସମୟ ସକାଳ ୧୦ଟାରୁ ୫ଟା ପର୍ଯ୍ୟନ୍ତ ହେବ। ମତଦାନ ଦିନ ହିଁ ଭୋଟ ଗଣତି ମଧ୍ୟ କରାଯିବ।

ଅନ୍ୟପକ୍ଷରେ, ପୂର୍ବରୁ ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ମନୋନୟନ ପତ୍ର ଦାଖଲ କରିବାର ଶେଷ ତାରିଖ ଜୁନ ୨୯, ମନୋନୟନ ପତ୍ର ଯାଞ୍ଚର ଶେଷ ତାରିଖ ଜୁନ ୩୦, ମନୋନୟନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଜୁଲାଇ ୨ ବୋଲି ‌ଘୋଷଣା କରିସାରିଛନ୍ତି ନିର୍ବାଚନ ଆୟୋଗ । ଆସନ୍ତା ଜୁଲାଇ ୨୧ରେ ଭୋଟ ଗଣତି ପରେ ଜୁଲାଇ ୨୪ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ ହେବ ଓ ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ ବୋଲି ଆୟୋଗ ପକ୍ଷରୁ କୁହାଯାଇଛି ।

ଆସନ୍ତା ଜୁଲାଇ ୨୧ରେ ଭୋଟ ଗଣତି ପରେ ଜୁଲାଇ ୨୪ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ ହେବ ଓ ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ ବୋଲି ଆୟୋଗ ପକ୍ଷରୁ କୁହାଯାଇଛି । ୨୦୧୭ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜୁଲାଇ ୧୭ରେ ହୋଇଥିଲା ଓ ବିଜେତାଙ୍କ ଘୋଷଣା ୨୦ରେ ହୋଇଥିଲା ।

ସମ୍ବନ୍ଧିତ ଖବର